ବଜ୍ରପାତରେ ୫ବର୍ଷରେ ଯାଇଛି ୧୮୩୬ ଜୀବନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୧୮୩୬ଜଣ ଲୋକ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ୩୨ଜଣ ବଜ୍ରପାତରେ ଆହତ ହୋଇଛନ୍ତି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଏଭଳି ତଥ୍ୟ ଉପସ୍ଥାପନ କରିଛନ୍ତି। ମୃତ ୧୮୩୬ଜଣଙ୍କ ମଧ୍ୟରୁ କୋରାପୁଟ ଜିଲାର ୬୩ଜଣଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବାବେଳେ ୧୮ଜଣ ଆହତ ହୋଇଛନ୍ତି। ରାଜ୍ୟ ସରକାର ବଜ୍ରପାତକୁ ୨୦୧୫ ଏପ୍ରିଲ ୧ରୁ ‘ରାଜ୍ୟଭିତ୍ତିକ ବପର୍ଯ୍ୟୟ’ଭାବେ ଘୋଷଣା କରିଛନ୍ତି। ଏହାଦ୍ୱାରା ବଜ୍ରପାତରେ କ୍ଷତିଗ୍ରସ୍ତ ବ୍ୟକ୍ତି ଏବଂ ଗୃହପାଳିତ ପଶୁଙ୍କ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି ଏବଂ ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିର ନିୟମାବଳୀ ଅନୁଯାୟୀ ସହାୟତା ରାଶି ପ୍ରଦାନର ବ୍ୟବସ୍ଥା କରାଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri