ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଆଗାମୀ ୨ଦିନ ଏଭଳି ସ୍ଥିତି ଲାଗି ରହିବ। ତେବେ ୨୩ ତାରିଖ ସୋମବାର ବେଳକୁ ପାଗ ମୁଖ୍ୟତଃ ମେଘୁଆ ରହିବା ସହ କଁା ଭଁା ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ବିଜୁଳି, ଘଡ଼ଘଡ଼ି ଓ ପବନ ବହିବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଖୋର୍ଦ୍ଧା, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ଏହିସବୁ ସ୍ଥାନରେ ବର୍ଷା ସମୟରେ ୩୦ରୁ ୪୦ କି.ମି. ପର୍ଯ୍ୟନ୍ତ ପବନ ବହିବା ନେଇ ସତର୍କ କରାଯାଇଛି। ମଙ୍ଗଳବାର ମୟୂରଭଞ୍ଜ, କଟକ ଏବଂ ଖୋର୍ଦ୍ଧା ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବ। ୨୫ ତାରିଖରୁ ପୁଣି ଥରେ ପାଗ ଶୁଖିଲା ରହିବା ସହ ଧୀରେ ଧୀରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ। ଗତ ୨୪ ଘଣ୍ଟାରେ ଜି.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ଥିବାବେଳେ ସମତଳ ଅଞ୍ଚଳ ମଧ୍ୟରେ ଫୁଲବାଣୀରେ ତାପମାତ୍ରା ୧୨.୫ ଡିଗ୍ରୀ ରେକର୍ଡ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri