ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ ମୃତ୍ୟୁ ଘଟିଛି। ଏକା ଥରକେ ଏତେ ସଂଖ୍ୟକ ଛେଳିଙ୍କ ଜୀବନ ଚାଲିଯାଇଥିବାରୁ ଚାଷୀ ଦୁଃଖରେ ଭାଙ୍ଗି ପଡିଛନ୍ତି।

ମିଳିଥିବା ସୂଚନା ମୁତାବକ, ୬ଜଣ ଚରାଳି ଛେଳି ଧରି ପୁରୁଣାପାଟଣାରୁ ଚିକଲଖଣ୍ଡି ଗ୍ରାମ ଡିପିଆର୍‌ସି ବିଲି୍ଡଂ ନିକଟ ପଡ଼ିଆକୁ ଯାଇଥିଲେ। ଅପରାହ୍ନ ୫ଟାରେ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ସେତିକିବେଳେ ଛେଳିଗୁଡ଼ିକ ଗୋଠହୋଇ ଚରୁଥିବା ବେଳେ ବଜ୍ରପାତ ଘଟିଥିଲା।
ବଜ୍ରପାତରେ ୪୩ ଛେଳିଙ୍କ ମୃତ୍ୟୁ ଘଟିଛି।

ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଘଟଣାସ୍ଥଳରେ ପହଞ୍ଚି ଛେଳି ଚାଷୀଙ୍କୁ ଆଶ୍ୱସନା ଦେବା ସହ କିପରି ଚାଷୀ କ୍ଷତିପୂରଣ ପାଇବେ ସେ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ଛତ୍ରପୁର ବିଡ଼ିଓ ସମ୍ବିତ ସଂଗ୍ରାଜିତ ସାହୁଙ୍କ ସହ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଚିକଲଖଣ୍ଡି ଗ୍ରାମର କୈଳାଶ ଗୌଡ଼, ଆଶେୟା ପାତ୍ର, ଗେଦଲପଲ୍ଲୀ ଗ୍ରାମର ବି. ଦାଶରଥୀ, ଆର୍‌. ଧର୍ମା ପାତ୍ର ଓ ଏସ୍‌. ସନ୍ୟାସୀ ପାତ୍ର ଏବଂ ମଲାଡ଼ର ଡି.ହେମନ୍ତ ଛେଳି ଚାଷୀଙ୍କ ଛେଳିଗୁଡିକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri