‘ବଜ୍ରପାତ, ସାପକାମୁଡ଼ା, ଅଗ୍ନିକାଣ୍ଡ ମୃତ୍ୟୁ ସମସ୍ୟା ଓଡ଼ିଶାକୁ ଆହ୍ବାନ’

ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ଆଉ ପୂର୍ବଭଳି ଋତୁ ଅନୁଯାୟୀ ସଂଘଟିତ ନ ହୋଇ ବର୍ଷର ଯେକୌଣସି ସମୟରେ ବାତ୍ୟା ଭଳି ପରିସ୍ଥିତି ଉପୁଜୁଛି । ଏଥିସହ ବଜ୍ରପାତ, ସାପକାମୁଡ଼ା, ଅଗ୍ନିକାଣ୍ଡ ଓ ପାଣିରେ ବୁଡ଼ି ମୃତ୍ୟୁ ଭଳି ସମସ୍ୟା ଆମ ପାଇଁ ଆହ୍ବାନ ହୋଇଛି । କେରଳ ଓ ଆସାମ ଭଳି ରାଜ୍ୟ ସାପକାମୁଡ଼ା କ୍ଷେତ୍ରରେ ଭଲ କାର୍ଯ୍ୟ କରୁଛନ୍ତି  । ଏ କ୍ଷେତ୍ରରେ ପ୍ରାରମ୍ଭିକ ଅବସ୍ଥାରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଆଣ୍ଟିଭେନମ୍‌ ଦିଆଗଲେ ଜୀବନ ବଞ୍ଚାଇହେବ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି।
ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକ ନୂତନ ଭାବେ ପଦ ଗ୍ରହଣ କରିବା ପରେ ସୋମବାର ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ଅଫିସ୍‌ ପରିଦର୍ଶନରେ ଯାଇଛନ୍ତି। ଏହି ଅବସରରେ ପ୍ରଦୀପ ଜେନା କହିଛନ୍ତି, ସାପ କାମୁଡା ସମ୍ପର୍କିତ ତଥ୍ୟ ଜାଣିବା ଲାଗି ବିଭାଗ ପକ୍ଷରୁ ଏକ ମୋବାଇଲ୍‌ ଆପ୍‌ ଲଞ୍ଚ କରାଯିବ। ଏହାଦ୍ୱାରା ରାଜ୍ୟର ପ୍ରତି ସ୍ବାସ୍ଥ୍ୟସେବା କେନ୍ଦ୍ରରେ ଥିବା ଆଣ୍ଟିଭେନମ୍‌ ଷ୍ଟକ୍‌ ବିଷୟରେ ଜାଣିହେବ । ସେହିଭଳି ପାଣିରେ ବୁଡ଼ି ମୃତ୍ୟୁକୁ ରୋକାଯିବା ପାଇଁ ପ୍ରତ୍ୟେକ ଅଞ୍ଚଳରେ କିଛି ସ୍ବେଚ୍ଛାସେବୀଙ୍କୁ ସନ୍ତରଣ ତାଲିମ ପ୍ରଦାନ କରାଯିବ। ବର୍ତ୍ତମାନ ରାଜ୍ୟରେ ମୋଟ ୮୮୯ ବାତ୍ୟା ଆଶ୍ରୟସ୍ଥଳୀ ଥିବାବେଳେ ନୂଆକରି ୫୫ଟିର କାମ ଚାଲିଛି । ଚିଲିକା କୂଳରେ କିଛି ସମ୍ବେଦନଶୀଳ ଅଞ୍ଚଳରେ ବାତ୍ୟା ଆଶ୍ରୟସ୍ଥଳୀର ଆବଶ୍ୟକତା ରହିଛି। ରାଜ୍ୟରେ ପ୍ରଥମ କରି ସାତଭାୟା ଅଞ୍ଚଳକୁ କ୍ଲାଇମେଟ୍‌ ରିଫ୍ୟୁଜି ରିହାବିଲିଟେଶନ୍‌ ପଲିସିରେ ବଗପାଟିଆକୁ ସ୍ଥାନାନ୍ତର କରାଯାଇଛି । ଏବେ ରାଜ୍ୟରେ ସୁନାମି ପ୍ରସ୍ତୁତି ଗ୍ରାମ ଭାବେ ୨ଟି ଗ୍ରାମ ରହିଥିବାବେଳେ ଆଗକୁ ଅଧିକ ଗ୍ରାମକୁ ସୁନାମି ମୁକାବିଲା କ୍ଷେତ୍ରରେ ପ୍ରସ୍ତୁତ ରହିବାକୁ ତାଲିମ ଦିଆଯିବ  । ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଆଜି କେବଳ ଦେଶ ମଧ୍ୟରେ ନୁହେଁ, ଅନ୍ତର୍ଜାତୀୟ ସ୍ବୀକୃତି ହାସଲ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri