ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ସଂଗୀତା ଯାନୀ (୧୫), ପୂର୍ଣ୍ଣବାସୀ ଯାନୀ (୨୦), ସୁମିତ୍ରା ଯାନୀ (୫୦), ଗିରିଧାର ଯାନୀ ( ୭), ରୀତିକା ରାଣୀ ଯାନୀ (୪)। ସଙ୍ଗୀତାଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତେ ଘର ଭିତରେ ଥିବା ସମୟରେ ଘର ପାଖରେ ଥିବା ଏକ ନଡ଼ିଆ ଗଛକୁ ପ୍ରଥମେ ବଜ୍ରପାତ ଘଟିଥିଲା। ଫଳରେ ଉପରୋକ୍ତ ୫ ଜଣଙ୍କୁ ଆହତ ହୋଇଥିଲେ। ଗ୍ରାମର ଈଶ୍ୱର ଚନ୍ଦ୍ର ବଡମୁଣ୍ଡି ତୁରନ୍ତ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ପରେ ଅଟୋ ଯୋଗେ ଆହତମାନଙ୍କୁ ରାମଗିରି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଅଣାଯାଇଥିଲା।c
Posted inHome Left, ଆମ ଜିଲା ଖବର View All
ସୃଷ୍ଟିର ଚିରନ୍ତନ ଆଧାର
ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...
ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍
ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...
ବିଭାଜନକାରୀ ରାଜନୀତି
ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...
ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
Archives


