ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ସେହିପରି ବଜ୍ରପାତରେ ଅନ୍ୟ ଜଣେ ଆହତ ହୋଇ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି।

ସୂଚନା ଅନୁଯାୟୀ, ଯଦୁପୁର ଖସାଡ଼ି ଗ୍ରାମର ସୁଶାନ୍ତ କୁମାର ରାଉତ (୩୫) ନିକଟସ୍ଥ ରେଳଲାଇନ ପାର୍ଶ୍ୱରେ ଥିବା ଚାଷ ଜମିରେ ବେଉଷଣ କାମ କରୁଥିବା ସମୟରେ ହଠାତ୍ ବଜ୍ରପାତ ଘଟିଥିଲା। ବଜ୍ରପାତରେ ସୁଶାନ୍ତ ଗୁରୁତର ହୋଇପଡ଼ିଥିଲେ। ତୁରନ୍ତ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ସୁଶାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣାପଡ଼ିଛି।

ସେହିପରି, ସମାନ ସମୟରେ ନିକଟସ୍ଥ ମଶାକଣି ଗ୍ରାମର ବିଶିଆ ଦାସ (୬୦) ଘର ନିକଟରେ ଯାଉଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ବଜ୍ରପାତ ଜନିତ ଆଘାତରେ ସେ ଘଟଣାସ୍ଥଳରେ ଚେତାଶୂନ୍ୟ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲା  ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ସରପଞ୍ଚ ସଂଯୁକ୍ତା ଜେନା ସୂଚନା ଦେଇଛନ୍ତି।

ସରପଞ୍ଚ ସଂଯୁକ୍ତା ଜେନା ମେଡିକାଲରେ ଉଭୟଙ୍କ ପରିବାରକୁ ଭେଟି ଦୁଃଖ ପ୍ରକାଶ କରିବା ସହ ସମବେଦନା ଜଣାଇଥିଲେ। ମୃତକଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବା ପାଇଁ ସେ ପ୍ରଶାସନ ନିକଟରେ ଦାବି କରିଛନ୍ତି।

ଏ ସମ୍ପର୍କରେ ମହାକାଳପଡ଼ା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ମତାମତ ନେବାରୁ ସେ କହିଛନ୍ତି ଯେ, ଉଭୟ ଘଟଣା ସମ୍ପର୍କରେ ସ୍ଥାନୀୟ ରାଜସ୍ୱ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ମିଳିଛି। ତଦନ୍ତ ରିପୋର୍ଟ ଆଧାରରେ ରିଲିଫ୍ କୋଡ୍‌ର ବିଧିବିଧାନ ଅନୁଯାୟୀ ସରକାରୀ ସହାୟତା ପ୍ରଦାନର ବ୍ୟବସ୍ଥା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?