ବଡ଼ତେଲେନପାଲିରେ ପହ୍ଲାରୁଆ ବେଳେ ବଜ୍ରପାତ: ଚାଲିଗଲା ୩ ମହିଳାଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୮।୭- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଡତେଲେନ୍‌ପାଲି ଗାଁରେ ମଙ୍ଗଳବାର ବଜ୍ରାଘାତରେ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବତୀ ଗୁରୁତର ଆହତ ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତିି ହୋଇଛନ୍ତି। ବଡତେଲେନପାଲି ଗାଁର ଜଣେ ଚାଷୀଙ୍କ କ୍ଷେତରେ ମଙ୍ଗଳବାର ପହ୍ଳାରୁଆ କାର୍ଯ୍ୟ ଚାଲିଥିଲା। ପ୍ରାୟ ୧୮ ଜଣ ମହିଳା ଓ ପୁରୁଷ ଏହି ପହ୍ଳାରୁଆ କାର୍ଯ୍ୟରେ ଲାଗିଥିଲେ। ଦିନ ପ୍ରାୟ ୨ଟା ସମୟରେ ହଠାତ୍‌ ବଜ୍ରାଘାତ ହେବାରୁ ଜଣେ ମହିଳା କ୍ଷେତରେ ଟଳିପଡିଥିଲେ । ତାଙ୍କ ନାମ ବିଳାସିନୀ ରାଉତ୍‌ (୨୯) । ଅନ୍ୟ ୩ ଗୁରୁତର ମହିଳାଙ୍କୁ ସେଠାରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲକୁ ଅଣାଯାଇଥିଲା। ସେଠାରେ ଡାକ୍ତର ଦୁଇଜଣ ମହିଳାଙ୍କୁ ମୃତ ଘୋଷଣା କରିଥିଲେ। ସେହି ଦୁଇଜଣ ହେଲେ ଯଶୋବନ୍ତୀ ଶବର (୨୮) ଓ ପୂର୍ଣ୍ଣମୀ ଧରୁଆ (୨୮)। ଅନ୍ୟ ଜଣେ ଗୁରୁତର ଯୁବତୀ ସୀମା ଧରୁଆ (୧୬)ଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri