ବିଲରେ ଚରୁଥିବାବେଳେ ମଇଁଷିପଲଙ୍କ ଉପରେ ବଜ୍ରପାତ, ଚାଲିଗଲା ଜଗୁଆଳଙ୍କ ସହ…

ମହାକାଳପଡ଼ା,୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତ ଘୋଡ଼ାବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ମଇଁଷିପଲ ଚରୁଥିବା ବେଳେ ତାଙ୍କ ଉପରେ ବଜ୍ରପାତ ଘଟିଛି। ଏଥିରେ ଗୋଟିଏ ମଇଁଷି ଏବଂ ଜଗୁଆଳଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାସୁଦେବ ଦାସ(୫୦)।
ସୂଚନା ଅନୁସାରେ, ଶନିବାର ହଠାତ୍‌ କାଳବୈଶାଖୀ ପବନ ସାଙ୍ଗକୁ ତୁହାକୁ ତୁହା ବର୍ଷା ସହ ବଜ୍ରପାତ ହୋଇଥିଲା। ଲୁଣାନଦୀ ଅପର ପାର୍ଶ୍ୱ ଗୋଖାପଡ଼ା ଚାଷଜମି ଭେଡାରେ ମଇଁଷିପଲ ଚରୁଥିଲେ। ଏହି ସମୟରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ମଇଁଷିପଲ ଉପରେ ବଜ୍ରପାତ ହେବାରୁ ଗୋଟିଏ ମଇଁଷିର ମୃତ୍ୟୁ ହୋଇଥିବା ବେଳେ ଜଗୁଆଳ ବାସୁଦେବଙ୍କର ମଧ୍ୟ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପାଖରେ ଥିବା ଅନ୍ୟ ମଇଁଷି ଚରାଳିମାନେ ଗ୍ରାମ ଲୋକଙ୍କୁ ଡାକିଥିଲେ। ସେଠାରୁ ତାଙ୍କ ମୃତଦେହ ଲୋକେ ନେଇଥିବା ଜଣାପଡିଛି।
ଖବର ପାଇ ମହାକାଳପଡ଼ା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟ ସବିଶେଷ ତଥ୍ୟ ତଦନ୍ତ ରିପୋର୍ଟ ପ୍ରଦାନ ପାଇଁ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ରଘୁନାଥ ହାଁସ୍‌ଦାଙ୍କୁ ଘଟଣାସ୍ଥଳକୁ ପଠାଇଛନ୍ତି। ସେହିପରି ପଲ୍ଲୀ ଗ୍ରାମର ଏକ ଗୁହାଳ ଘର ଉପରେ ବଜ୍ରପାତ ଘଟିଛି। ଏ ସମ୍ପର୍କରେ ମହାକାଳପଡ଼ା ତହସିଲଦାର ଆଚାର୍ଯ୍ୟଙ୍କ ମତାମତ ନେବାରେ ତଦନ୍ତ ରିପୋର୍ଟ ମିଳିବା ପରେ ଆଇନ ଅନୁସାରେ ଆର୍ଥିକ ସହାୟତା ପ୍ରଦାନ କରାଯିବା ବ୍ୟବସ୍ଥା ରହିଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri