ଡଙ୍ଗାରେ ବଜ୍ରପାତ: ବାପ ମୃତ, ପୁଅ ନିଖୋଜ

ମହାକାଳପଡ଼ା,୨୧ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ତନ୍ତିଆପାଳ ଗ୍ରାମର ବିଜୟ ପରିଡ଼ା (୪୭) ପୁଅଙ୍କ ସହ ସମୁଦ୍ରକୁ ଡଙ୍ଗା ନେଇ ମାଛ ଧରିବାକୁ ଯାଇଥିଲେ। ଏହି ସମୟରେ ସମୁଦ୍ର ମଝିରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ଡଙ୍ଗାରେ ଥିବା ବାପ ବିଜୟଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ମାନସ(୧୭) ଛିଟିକି ସମୁଦ୍ରରେ ପଡ଼ି ନିଖୋଜ ହୋଇଯାଇଥିବା ନିକଟରେ ଥିବା ଟ୍ରଲର ଅନ୍ୟ ମତ୍ସ୍ୟଜୀବୀମାନଙ୍କୁ ଜଣାଇଥିଲେ।

ସେମାନେ ଗାଁକୁ ଖବର ଦେଇଥିଲେ। ପବନରେ ଡଙ୍ଗାଟି ଭାସିଆସି ପେଣ୍ଠକୂଳରେ ଲାଗିବା ପରେ ସ୍ଥାନୀୟ ମତ୍ସ୍ୟଜୀବୀ ରବିବାର ଦେଖି ଖବର ଦେଇଥିଲେ। ବିଜୟଙ୍କ ଛାତି ଓ ହାତରେ ବଜ୍ରପାତରେ ପୋଡ଼ିଗଲା ଭଳି କଳାଦାଗ ରହିଛି। ଖବରପାଇ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ବନ ବିଭାଗର କର୍ମଚାରୀ ଓ ତନ୍ତିଆପାଳ ସାମୁଦ୍ରିକ ଥାନା ପୋଲିସ ସମୁଦ୍ରକୂଳ ପେଣ୍ଠ ନିକଟରୁ ଡଙ୍ଗାକୁ ଉଦ୍ଧାର କରି ତନ୍ତିଆପାଳ ମତ୍ସ୍ୟଜେଟୀରେ ପହଞ୍ଚିଛି।

ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତ ମତ୍ସ୍ୟଜୀବୀଙ୍କୁ ଦେଖି ଦୁଃଖ ପ୍ରକାଶ କରିଛନ୍ତି। ଗରିବ ମତ୍ସ୍ୟଜୀବୀ ବିଜୟଙ୍କ ମୃତ୍ୟୁ ପରେ ପରିବାରର ସ୍ତ୍ରୀ ଆଶାଙ୍କ ଆଖିରୁ ଲୁହ ଶୁଖୁନି। ୨ଟି ଛୋଟ ଝିଅ, ପୁଅଙ୍କୁ ନେଇ ସଂସାର କେମିତି ଚଳିବ କିଛି ବୁଦ୍ଧି ବାଟ ଦେଖାଯାଉନାହିଁ। ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା (୧୦/୨୫) ରୁଜୁ କରି ତଦନ୍ତ ଚଳାଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ବୋଲି ଆଇଆଇସି କିଶୋର କୁମାର ତରାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri