ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ରବିବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ବଜ୍ରପାତ ଯୋଗୁଁ ଗ୍ରାମର ସାରଥି ଦଳେଇଙ୍କ ସ୍ତ୍ରୀ ସନ୍ତୋଷୀ ଦଳେଇ(୪୦) ଗୁରୁତର ଆହାତ ହୋଇଛନ୍ତି ।

ସନ୍ତୋଷୀ ଗ୍ରାମର ଅନ୍ୟ କିଛି ମହିଳାଙ୍କ ସହ ଜମିରେ ଧାନ ତଳି ରୋଇବା ପାଇଁ ଯାଇଥିଲେ । ସନ୍ତୋଷୀ ଚାଷଜମିରେ କାମ କରୁଥିବା ବେଳେ ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହୋଇଥିଲା। ବଜ୍ରପାତ ପ୍ରଭାବରେ ସନ୍ତୋଷୀ ଚାଷଜମିରେ ପଡ଼ିଯାଇଥିଲେ । ଆଖପାଖ ଜମିରେ କାମ କରୁଥିବା କିଛି ବ୍ୟକ୍ତି ଦୌଡ଼ି ଆସି ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଆବଶ୍ୟକ ଚିକିତ୍ସା କରାଯିବା ପରେ ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri