ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼ ରାଜ୍ୟର ତୁମଲା ଥାନା ଅନ୍ତର୍ଗତ ବରଡିହି ଗ୍ରାମର ଚମ୍ପା ତିର୍କୀ (୭୦), ଶୁଶିଲା ତିର୍କୀ (୪୯),ସୁନିତା ଓରାମ (୩୫)ଓ ଦ୍ରୌପଦୀ କିଷାନ (୩୫)।

ମିଳିଥିବା ସୂଚନା ଅନୁଯାୟୀ, ପଡୋଶୀ ଛତିଶଗଡ଼ ରାଜ୍ୟର ତୁମଲା ଥାନା ଅନ୍ତର୍ଗତ ବରଡିହି ଗ୍ରାମରୁ ଧାନ ତଳିରୁଆ କାମ ପାଇଁ କେତେଜଣ ମହିଳା ଶ୍ରମିକ ବାଲିଶଙ୍କରା ଚାନ୍ଦନୀମାଲ ଅଞ୍ଚଳକୁ ଆସିଥିଲେ। ପ୍ରାୟ ୨୪ଜଣ ମହିଳା ଗ୍ରାମର ଜଗଦୀଶ ନାଏକଙ୍କ ଧାନବିଲରେ କାମ କରୁଥିବା ସମୟରେ ହଠାତ୍‌ ବର୍ଷା ଓ ବଜ୍ରାଘାତ ହେବାରୁ ୮ ଜଣ ଅସୁସ୍ଥ ହୋଇପଡ଼ିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ବାଲିଶଙ୍କରା ଗ୍ରାମର ନବୀନ କୁଜୁର, ଶରତ ସାଏ, ବିନୋଦ ଛତ୍ରିଆ ଏବଂ ଖରଦାତା ଚିତ୍ତରଞ୍ଜନ ନାଗ ଘଟଣାସ୍ଥଳରେ ପହଞ୍ଚି ଥିଲେ। ସେମାନେ ସଙ୍ଗେ ସଙ୍ଗେ ଗୁରୁତରମାନଙ୍କୁ ଉଦ୍ଧାର କରି ସବ୍‌ଡେଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଚମ୍ପା ଓ ଶୁଶିଲାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟପକ୍ଷରେ, ଗୁରୁତର ଅବସ୍ଥାରେ ଥିବା ବରଡିହି ଗ୍ରାମର ସବା ତିର୍କୀ (୬୦), ଫୁଲକି ବାଡ଼ା(୫୫) ଓ ସରସ୍ବତୀ ତିର୍କୀ (୩୦)ଙ୍କୁ ପ୍ରାଥମିକ ଚିକିତ୍ସା ପରେ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟ ଜଣେ ମହିଳା ଲଳିତା ତର୍କି (୩୦) ସବଡେଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ୨ ଗୁରୁତରଙ୍କୁ ବାଲିଶଙ୍କରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି। ତଳସରା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତର ଖାନାକୁ ପଠାଇଛି। ବୁଧବାର ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି।

ସେହିପରି ବଣାଇଁ ଥାନା ଅନ୍ତର୍ଗତ ଇନ୍ଦ୍ରପୁର ଗ୍ରାମରେ ଚାଷ ଜମିରେ ୧୧ ଜଣ ମହିଳା କାମ କରୁଥିବା ବେଳେ ହଠାତ୍‌ ଘଡ଼ଘଡ଼ି ସହ ବ୍ରଜପାତ ହୋଇଥିଲା। ଏଥିରେ ୩ ଜଣଙ୍କ ଗୁରୁତର ହୋଇପଡିଥିଲେ। ସମସ୍ତଙ୍କୁ ଉଦ୍ଧା କରାଯାଇ ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ସୁନିତା ଓ ଦ୍ରୌପଦୀଙ୍କୁ ଡାକ୍ତର ମୃତ

ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ଆଣି ଭର୍ତ୍ତି କରାଯାଇଥିଲା ହେଲେ ଡ଼ାକ୍ତର ମୃତ ଘୋଷଣା କରିଥିଲେ।

ସେହିପରି ଟିକାୟତପାଲି ଥାନା ଅନ୍ତର୍ଗତ ଝିରଡାପାଲି ଗ୍ରାମର ମହିଳା ସଞ୍ଜୁକ୍ତା ଚାରଦିଆ (୪୦)ଚାଷ ଜମିରେ କାମ କରୁଥିବା ସମୟରେ ବ୍ରଜପାତ ଘଟି ଗୁରୁତର ହୋଇ ପଡିଥିଲେ। ପରିବାର ଲୋକେ ଉଦ୍ଧାର କରି ବଣାଇଁ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି ଓ ତାଙ୍କର ଅବସ୍ଥା ସ୍ଥିର ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?