ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫) ଏବଂ ବୋହୂ ସନ୍ତୋଷିନୀ ବିଷୋୟୀ(୩୫)। ଏହି ଘଟଣା ଲୋକ ଲୋଚନକୁ ଆସିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଘଟଣାରୁ ପ୍ରକାଶ ଯେ, ଗୁରୁବାର ଅପରାହ୍ନରେ ସମ୍ପୃକ୍ତ ଅଞ୍ଚଳରେ ଝଡ଼ ତୋଫାନ ସହ ବର୍ଷା ହୋଇଥିଲା। ସତିକିବେଳେ ବିଲକୁ ଯାଇ କାମ ସାରି ଘରକୁ ଫେରୁଥିବା ଶାଶୁ ବୋହୁ ଏକ ବାଉଁଶ ବୁଦା ତଳେ ଅଟକି ରହିଥିଲେ। ସେତିକିବେଳେ ବଜ୍ରପାତ ଘଟିଥିଲା। ଫଳରେ ଘଟଣାସ୍ଥଳରେ ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଭଞ୍ଜନଗର ଦମକଳ ବାହିନୀ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶାଶୁ, ବୋହୂଙ୍କୁ ଉଦ୍ଧାର କରି ଭଞ୍ଜନଗର ହସ୍ପିଟାଲ ଆଣୁଥିବା ଜଣାପଡିଛି।

Share