ନଡ଼ିଆ ଗଛରେ ପଡ଼ିଲା ବିଜୁଳି, ଭୟଙ୍କର ଶବ୍ଦ ସହ ହୁତୁହୁତୁ ହୋଇ ଜଳିଲା, ଲୋକେ ଆତଙ୍କିତ

ଗୁଣପୁର,୨୯ା୪(ସଙ୍କେତ ପାତ୍ର): ବୁଧବାର ସନ୍ଧ୍ୟାରେ ରାୟଗଡ଼ା ଜିଲା ଗୁଣପୁର ଶିବାନନ୍ଦ ମନ୍ଦିର ନିକଟସ୍ଥ ଏକ ନଡ଼ିଆ ଗଛରେ ବିଜୁଳି ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାଟି ଦେଖି ଆଖପାଖ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି।

ବିଜୁଳି ପଡ଼ିବାର କିଛି ସମୟ ପୂର୍ବରୁ ଜୋର୍‌ରେ ପବନ ବହୁଥିବା ସହ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିବା ଦେଖାଯାଇଥିଲା। ହଠାତ୍‌ ବିଜୁଳି ବା ଚଡ଼କ ପଡ଼ିବା ସମୟର ଭୟଙ୍କର ଶବ୍ଦ ଓ ଆଲୋକ ଦୃଶ୍ୟ ଉପସ୍ଥିତ ଲୋକଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଥିଲା। ବାରମ୍ବାର ଘଡ଼ଘଡ଼ି ଓ ଚଡ଼କ ଶବ୍ଦରେ ଗୁଣପୁର ସହର ଆଜି କମ୍ପି ଉଠିଥିଲା। ଏହା ସହ ବର୍ଷା ଜୋର୍‌ରେ ହୋଇଥିବା ବେଳେ ଲୋକେ ରାସ୍ତାରୁ ଭୟରେ ନିକଟସ୍ଥ ଘରେ ଆଶ୍ରୟ ନେଇଥିବା ଦେଖିବାକୁ ମିଳିଛି।

ଏହାସହ ଗତ ଦୁଇଦିନ ତଳେ ପାଣିପାଗ ବିଭାଗ ପକ୍ଷରୁ ତିନିରୁ ୪ଟି ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ସୂଚନା ମିଳିଥିଲା। ଯାହାର ପ୍ରଭାବ ଆଜି ସନ୍ଧ୍ୟାରେ ଗୁଣପୁରରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି।

ଘଟଣା ପରେ ଦମକଳ ବାହିନୀ ଗାଡ଼ି ସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବା ସହ ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି। ବର୍ତ୍ତମାନ ଯାଏ କୌଣସି ପ୍ରାଣହାନି ହୋଇ ନ ଥିବା ଖବର ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri