Posted inଜାତୀୟ

ବଜ୍ରପାତ ନେଲା ୬୮ ଜୀବନ…

ଲକ୍ଷ୍ନୌ/ଭୋପାଳ/ଜୟପୁର,୧୨।୭: ବଜ୍ରପାତ ଯୋଗୁ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଆତଙ୍କ ଦେଖାଦେଇଛି। ଗୋଟିଏ ଦିନରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି। ରବିବାର ଉତ୍ତରପ୍ରଦେଶରେ ୪୧, ରାଜସ୍ଥାନରେ ୨୦ ଏବଂ ମଧ୍ୟପ୍ରଦେଶରେ ୭ ଜଣଙ୍କ ମୃତ୍ୟୁ ବଜ୍ରପାତ ଯୋଗୁ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତରପ୍ରଦେଶର ପ୍ରୟାଗରାଜରେ ସର୍ବାଧିକ ୧୪ଜଣଙ୍କ ଜୀବନ ବଜ୍ରପାତ ଯୋଗୁ ଯାଇଛି। ସେହିପରି କାନପୁର ୫, ଫତେହପୁରରେ ୫, କୌଶମ୍ବିରେ ୪, ଫିରୋଜାବାଦରେ ୩, ଉନ୍ନାଓ୍ବରେ ୨, ହମିରପୁରରେ ୨, ସୋନଭଦ୍ରରେ ୨ ଏବଂ କାନପୁର ନଗର, ପ୍ରତାପଗଡ଼, ହରଦୋଇ, ମିର୍ଜାପୁରରେ ଜଣେ ଲେଖାଏଁ ଳୋକଙ୍କ ମୃତ୍ୟୁ ବଜ୍ରପାତ ଯୋଗୁ ଘଟିଛି। ବଜ୍ରପାତ ଯୋଗୁ ୨୨ ଲୋକ ଜଳିପୋଡ଼ି ଯାଇଛନ୍ତି। ସେହିପରି ୨୦୦ରୁ ଅଧିକ ଗାଈଗୋରୁଙ୍କ ମୃତ୍ୟୁ ଘଟିଛି। ରାଜସ୍ଥାନର ଜୟପୁରରେ ୧୧, କୋଟାରେ ୪, ଧୋଲପୁରରେ ୩, ଝାଲଓ୍ବାଡ଼ାରେ ୧, ବାରାଂରେ ଜଣଙ୍କର ମୃତ୍ୟୁ ଘଟିଛି ରାଜ୍ୟ ସରକାର ମୃତକଙ୍କ ପରିବାରଙ୍କ ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମଧ୍ୟପ୍ରଦେଶର ଶେଓପୁରରେ ୨, ଗ୍ବାଲିୟରରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶିବପୁର,ଅନୁପପୁର ଏବଂ ବୈତୁଲରେ ଜଣେ ଲେଖାଏଁ ଳୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri