ବଜ୍ରପାତ ନେଲା ୭ ଜୀବନ

ବାଲେଶ୍ୱର ଅଫିସ/ ରେମୁଣା/ସଜନାଗଡ/ ଚାନ୍ଦବାଲି/ଭଦ୍ରକ ଅଫିସ/କେନ୍ଦୁଝର, ୪। ୮(ଡି.ଏନ.ଏ./ସ୍ବ.ପ୍ର.)

ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଅକାଳରେ ୭ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଭଉଣୀଭାଇ ଅଛନ୍ତି। ରାଖୀ ପୂର୍ଣ୍ଣିମା ଅବସରରେ ଏଭଳି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।
ବାଲେଶ୍ୱର ଜିଲା ରେମୁଣା ବ୍ଲକ ମଣ୍ଡଗାଁ ଗ୍ରାମର ଭାସ୍କର ବେହେରାଙ୍କ ଝିଅ ଆଶା ବେହେରା(୧୨) ଦଳେଇ ସାହିସ୍ଥିତ ସମ୍ପର୍କୀୟ ଭାଇ ସୁଶାନ୍ତ ଦଳେଇ(୧୫)ଙ୍କ ଘରକୁ ରାଖୀ ବାନ୍ଧିବାକୁ ଆସିଥିଲେ। ସେହି ସମୟରେ ସୁଶାନ୍ତଙ୍କ ନିଜ ଭଉଣୀ ରଙ୍ଗଲତା ପ୍ରଧାନ ଓ ଭିଣୋଇ ବିଜୟ ପ୍ରଧାନ ଉପସ୍ଥିତ ଥିଲେ। ଆଶା ଘର ପିଣ୍ଡାରେ ବସି ସୁଶାନ୍ତଙ୍କ ହାତରେ ରାଖୀ ବାନ୍ଧୁଥିବା ବେଳେ ହଠାତ୍‌ ବଜ୍ରପାତ ହୋଇଥିଲା। ଏଥିରେ ୪ଜଣ ଗୁରୁତର ଆହତ ହେବା ସହ ଘର ଛପର ଓ ନିକଟସ୍ଥ ଆମ୍ବଗଛ ଜଳିଯାଇଥିଲା। ପରିବାର ଲୋକେ ୪ଜଣଙ୍କୁ ଉଦ୍ଧାରକରି ପ୍ରଥମେ ଖନ୍ତାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ସୁଶାନ୍ତ ଓ ଆଶାକୁ ମୃତ ଘୋଷଣା କରିଥିବା ବେଳେ ଗୁରୁତର ଥିବା ଭଉଣୀଭିଣୋଇଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଆରବନ୍ଧ ଗ୍ରାମର ନିତ୍ୟାନନ୍ଦ ବିଶ୍ୱାଳ ନାମକ ଚାଷୀ ବିଲରେ ସାର ପକାଉଥିବାବେଳେ ବଜ୍ରପାତର ଶିକାର ହୋଇଥିଲେ। ଘଟଣାସ୍ଥଳରେ ସେ ଚେତାଶୂନ୍ୟ ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାରକରି ବରହମ୍‌ପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ କରାଯାଇଛି।
ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ପଇତିପୁର ଗାଁରେ ବଜ୍ରପାତ ହୋଇ ଆନନ୍ଦ ଚନ୍ଦ୍ର ଦାସ ନାମକ ଚାଷୀଙ୍କ ମୃତ୍ୟୁ ହୋଇଛି। ସେ ବିଲକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ତିହିଡ଼ି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଚାନ୍ଦବାଲି ଏନ୍‌ଏସି ଅଧୀନ ଗଜିଗିରି ଗାଁର ମଥୁରା ଦାସ ନାମକ ଚାଷୀ ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଚାନ୍ଦବାଲି ବ୍ଲକ ଶାସ୍ତ୍ରୀଘାଟ ଅଞ୍ଚଳକୁ କାଠ କିଣିବାକୁ ଆସିଥିବା ରମାକାନ୍ତ ବେଜ ନାମକ ଜଣେ ବ୍ୟକ୍ତି ବଜ୍ରପାତରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ଘର କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକରେ।
ସେହିପରି କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ସୁନାପଶି ପଞ୍ଚାୟତ ଅଧୀନ ଗିରିଧାରୀପୁର ଗ୍ରାମରେ ବଜ୍ରପାତ ହୋଇ ଚନ୍ଦ୍ରମୋହନ ମୁଣ୍ଡ ନାମକ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବର୍ଷା ସମୟରେ ସେ ବାହାରେ ଥିବା ଦୁଇଟି ବଳଦକୁ ଦେଖିବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri