ରୂପସା(ବାଞ୍ଛାନିଧି ଦେ)/ବସ୍ତା(ହରିଶଙ୍କର ପାଢୀ)/ତିହିଡ଼ି/ଚାନ୍ଦବାଲି(ସଞ୍ଜିତ୍‌ ବଳ/କିଶାନ ପାତ୍ର/ଅଶୋକ ପଣ୍ଡା)/ବୈଶିଙ୍ଗା( ରତନ ଦାଶ), ୧୬ା୮- ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ବୁଧବାର ବଜ୍ରପାତ ହୋଇ ୮ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର ଜିଲାରେ ୪, ଭଦ୍ରକରେ ୩ ଓ ମୟୂରଭଞ୍ଜ ଜିଲାରେ ଜଣଙ୍କର ମୃତ୍ୟୁ ହୋଇଛି।
ବାଲେଶ୍ୱର ଜିଲା ବସ୍ତା ବ୍ଲକ ପୁରୁଷୋତ୍ତମପୁର ପଞ୍ଚାୟତ ପଣିସାପଡା ଗ୍ରାମର ମକରଧ୍ୱଜ ବେହେରା ନିଜ ଘର ଚାଳ ଉପରକୁ ଉଠିଥିବା ବେଳେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ସନ୍ତୋଷପୁର ପଞ୍ଚାୟତ ଥେଙ୍ଗ ଗ୍ରାମର ଶମ୍ଭୁନାଥ ସାହୁ ବିଲ କାମ ପାଇଁ କୁଳିଦା ପଞ୍ଚାୟତ ବେଲଗାଁ ଗାଁପାଖ ମହାଜନିଆ ସାହିକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇ ପ୍ରାଣ ହରାଇଥିଲେ। ପତ୍ରଝଡ଼ା ପଞ୍ଚାୟତ ମହାଦେବସରାଇ ଗ୍ରାମର ବିକାଶ ବିନ୍ଧାଣି ଓ କାହ୍ନୁ ମୁର୍ମୁ ବିଲରୁ କାମ ସାରି ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇ ପ୍ରାଣ ହରାଇଛନ୍ତି। ମୃତକମାନଙ୍କୁ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଗୁରୁବାର ବ୍ୟବଚ୍ଛେଦ କରାଯିବ। ମହାଦେବସରାଇ ଗ୍ରାମର ୫ଜଣ ନିମାଇଁ ମାଝି, ସୂର୍ଯ୍ୟ ସୋରେନ, ଠେଲା ମୁର୍ମୁ, ନବ ସୋରେନ ଓ ସୁକୁଲ ସୋରେନ ଗୁରୁତର ଆହତ ହୋଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଛନ୍ତି।

ଭଦ୍ରକ ଜିଲା ତିହିଡ଼ି ଓ ଚାନ୍ଦବାଲି ବ୍ଲକରେ ଅପରାହ୍ନରେ ବଜ୍ରପାତ ଯୋଗୁ ୩ ପ୍ରାଣହାନୀ ଘଟିଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି। ତିହିଡ଼ି ବ୍ଲକ ପୀରହାଟ ଥାନା ବାମନବିନ୍ଧା ପଞ୍ଚାୟତ ଅଧୀନ ସନ୍ଦକପୁର ଗ୍ରାମର ଯଦୁନାଥ ସେଠୀ(୫୫) ବିଲକୁ କାମ କରିବାକୁ ଯାଇଥିବା ବେଳେ ବଜ୍ରପାତରେ ଟଳି ପଡ଼ିଥିଲେ। ସୁରେନ୍ଦ୍ର ବାରିକ(୨୪)ଗୁରୁତର ହୋଇଛନ୍ତି। ସେହିପରି ଚାନ୍ଦବାଲି ବ୍ଲକର ପୃଥକ ସ୍ଥାନରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଉତୁକୁଡ଼ା ପଞ୍ଚାୟତର ସିଙ୍ଗିଟି ଗାଁରେ ମୟୂରଭଞ୍ଜ ଜିଲାରୁ କୃଷି କାର୍ଯ୍ୟ ପାଇଁ ଆସିଥିବା ମା’ ଘୁମୁନା ସିଂଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଝିଅ ସୀମା ଗୁରୁତର ହୋଇଛନ୍ତି। ଖେରଙ୍ଗ ପଞ୍ଚାୟତରେ ପ୍ରଫୁଲ୍ଲ ମାଝୀଙ୍କ ପୁଅ ପ୍ରତାପଙ୍କର ମୃତ୍ୟୁ ହୋଇଛି। ମୌସୁଧା ପଞ୍ଚାୟତ ଫାର୍ସିବନ୍ଧ ଗାଁରେ ବଜ୍ରପାତ ଯୋଗୁ ଧନେଶ୍ୱର ବାରିକ ଓ ସୁମନ୍ତ ସାହୁ ଗୁରୁତର ହୋଇଛନ୍ତି।

ସେହିପରି ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ହରିପୁର ଗ୍ରାମରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ କୁଆମରାସ୍ଥିତ ବଡକ୍ଷୀରପଦା ଗ୍ରାମର ସ୍ବର୍ଗତ ବାବୁଲା ସିଂଙ୍କ ସ୍ତ୍ରୀ ଟୁନି (୨୨।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri