ବଜ୍ରପାତ ନେଲା ଜୀବନ

ଲାଞ୍ଜିଗଡ଼,୯।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବେନଗାଁ ପଞ୍ଚାୟତ ଅଧୀନ ପଦ୍ମଥୋପା ଗାଁରେ ଗୁରୁବାର ବଜ୍ରପାତ ଘଟି ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଦ୍ମଥୋପା ଗାଁର ଟୁଟୁ ହରିଜନ(୫୩)।

ମିଳିଥିବା ସୂଚନା ମୁତାବକ, ଟୁଟୁ ଗାଁ ନିକଟସ୍ଥ ଜଙ୍ଗଲକୁ ଗାଈ ଚରାଇବାକୁ ଯାଇଥିଲେ। ହେଲେ ଅପରାହ୍ନରେ ବର୍ଷା ସହ ଘଡଘଡି ହୋଇଥିଲା। ଏନେଇ ଟୁଟୁ ଏକ ଗଛମୂଳେ ଠିଆ ହୋଇଯାଇଥିଲେ। ସେତିକିବେଳେ ବଜ୍ରପାତ ଘଟିଥିଲା।

ଫଳରେ ସେ ଅଚେତ ହୋଇପଡିଥିଲେ। ଗାଁ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଟୁଟୁଙ୍କୁ ଉଦ୍ଧାର କରି ନିକଟସ୍ଥ ବେନଗାଁ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଟୁଟୁଙ୍କ ପୁଅ ରସନ ବିଜେପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ।

ଅଭିଯୋଗ ପରେ ବିଜେପୁର ଥାନା ଅଧିକାରୀ ନୀଳାମ୍ବର ଜାନୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଲାଞ୍ଜିଗଡ ଡାକ୍ତରଖାନାକୁ ପଠାଇଥିଲା। ଏନେଇ ବିଜେପୁର ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୮/୨୫) ରୁଜୁ ହୋଇଛି। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବା ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ନୀଳାମ୍ବର ଜାନୀ କହିଛନ୍ତି।

ଟୁଟୁଙ୍କ ମୃତ୍ୟୁ ପରେ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ପରିବାର କହିଲେ ବର୍ତ୍ତମାନ ସ୍ତ୍ରୀ ଓ ଦୁଇ ପୁଅ ଥିବା ବେଳେ ସେମାନେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ପରିବାର ଲୋକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri