ବଜ୍ରପାତ ନେଲା ୩ ମହିଳାଙ୍କ ଜୀବନ,୫ ଆହତ

ବାରିପଦା ଅଫିସ,୮ା୪: ମୟୂରଭଞ୍ଜ ଜିଲା ଏନ୍‌ଏସିରେ ଶନିବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। କରଞ୍ଜିଆ ଏନ୍‌ଏସିର ୧୫ ନଂ ଓ୍ବାର୍ଡର ଜଣେ ମହିଳାଙ୍କ ମୃତଦେହ ସତ୍କାର କରିବା ପାଇଁ ପରିବାର ଓ ଆତ୍ମୀୟ ସ୍ବଜନ ଆସି ଶ୍ମଶାନକୁ ନେଇଥିଲେ। ଏହି ସମୟରେ ହଠାତ୍‌ ଆମ୍ବଗଛ ଉପରେ ବଜ୍ରପାତ ହୋଇଥିଲା। ଫଳରେ ଗଛ ମୂଳରେ ଠିଆ ହୋଇଥିବା ସୁବାସିନୀ ଦାସ(୭୦), ଜିବତୀ ନାଏକ(୩୦), ଗର୍ଭବତୀ ମହିଳା ହେମଲତା ହୋ(୨୫)ଙ୍କ ମୃତ୍ୟୁ ଘଟିଥିଲା।। ଆହତମାନେ ହେଲେ ଯୁବତୀ ନାଏକ, ମାଳତୀ ନାଏକ, ଭୁବନ ହୋ, ସୋନାଲି ବାସ୍କେ ଏବଂ ଦେଢ଼ ବର୍ଷର ଶିଶୁ ତେଜଶ୍ୱରୀ ନାଏକ। ସେମାନଙ୍କୁ ସଙ୍ଗେ ସଙ୍ଗେ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଦୁଃଖଦ ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।

ସୂଚନାଯୋଗ୍ୟ,ମୁକ୍ତା ମୁଣ୍ଡା ନାମକ ଜଣେ ମହିଳାଙ୍କ ଶନିବାର ସକାଳେ ମୃତ୍ୟୁ ହୋଇଯାଇଥିଲା । ମୃତ୍ୟୁ ଖବର ପାଇ ବିଭିନ୍ନ ଗ୍ରାମରୁ ସମ୍ପର୍କୀୟମାନେ ଅନ୍ତିମ ସଂସ୍କାର ପାଇଁ ଆସିଥିଲେ। ନିକଟରେ ଥିବା ଏକ ଆମ୍ବ ଗଛ ମୂଳେ ସମ୍ପର୍କୀୟମାନେ ବସିଥିବା ସମୟରେ ଅଚାନକ ଘଡ଼ଘଡ଼ି ସହ ବର୍ଷା ଓ ପବନ ଆରମ୍ଭ ହୋଇଥିଲା। ଏହି ସମୟରେ ଆମ୍ବ ଗଛ ଉପରକୁ ବଜ୍ରପାତ ହେବା ଯୋଗୁ ଗଛମୂଳେ ବସିଥିବା ଲୋକମାନେ ଟଳି ପଡ଼ିଥିଲେ। ମୃତକ ଏବଂ ଆହତମାନଙ୍କୁ ଉପଖଣ୍ଡ ଚିକିତ୍ସାଳୟକୁ ଆମ୍ବୁଲାନ୍ସ ଯୋଗେ ଅଣାଯାଇଥିଲା। ଖବରପାଇ ଅଙ୍କୁରାସ୍ଥିତ ବାସଭବନରେ ଥିବା ମହିଳା ଓ ଶିଶୁ ବିକାଶ ତଥା ମିଶନଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଘଟଣାସ୍ଥଳକୁ ଯାଇ ସମସ୍ତ ଆହତଙ୍କୁ ଚିକିତ୍ସାଳୟ ପଠାଇବା ସହ ଉପସ୍ଥିତ ରହି ଚିକିତ୍ସା ସମ୍ପର୍କରେ ବୁଝାବୁଝି କରିଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ବ୍ୟବସ୍ଥା ଉପରେ ତଦାରଖ କରିଥିଲେ। ମନ୍ତ୍ରୀଙ୍କ ସହିତ ଏନ୍‌ଏସି ଅଧ୍ୟକ୍ଷା ପପି ପୃଷ୍ଟି, ଦିଲ୍ଲୀପ ସାହୁ, ଗିରିଧାରୀ ପୃଷ୍ଟି, ମହେଶ୍ୱର ନାୟକ, ସିପୁ ନାୟକ ପ୍ରମୁଖ ପହଞ୍ଚିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?