ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ନାବାଳକ ଜଣକ ହେଲେ ପ୍ରଶାନ୍ତ ମାଝୀ (୧୬) ଅଟେ।

ସୂଚନାନୁସାରେ, ଶୁକ୍ରବାର ସାଢ଼େ ୩ ଘଣ୍ଟା ସମୟରେ ଜଙ୍ଗେରଗୁଡ଼ା ଗ୍ରାମର ସୁବାସ ମାଝୀର ପୁତ୍ର ପ୍ରଶାନ୍ତ ଗାଁ ପିଲାଙ୍କ ସହିତ ନିକଟସ୍ଥ ଆମ୍ବ ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିଲେ ସେହି ସମୟରେ ଘଡ଼ଘଡ଼ି ସହିତ ବିଜୁଳି ମାରିଥିଲା ଏବଂ ସେହି ବିଜୁଳି ଆଘାତରେ ପ୍ରଶାନ୍ତ ବେହୋସ ହୋଇ ତଳେ ପଡ଼ିଯାଇଥିଲେ। ପ୍ରଶାନ୍ତ ବେହୋସ ହୋଇପଡ଼ିବା ଦେଖି ସାଙ୍ଗରେ ଥିବା ପିଲାମାନେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବରପାଇ ପରିବାର ଲୋକେ ଘଟଣାସ୍ଥଳକୁ ଯାଇ ପ୍ରଶାନ୍ତକୁ ଘରକୁ ଆଣିଥିଲେ ଏବଂ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ଆମ୍ବୁଲାନ୍ସ ଆସିବା ପରେ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଚିକିତ୍ସା ପରେ ପ୍ରଶାନ୍ତକୁ ମୃତ ଘୋଷଣା କରଥିଲେ। ଖବର ପାଇ ବିଶ୍ୱନାଥପୁର ଥାନାଧିକାରୀ ତୁଳସିରାମ ଶବର ଡାକ୍ତରଖାନାରେ ପୋଲିସ ବଳ ସହିତ ପହଞ୍ଚି ତଦନ୍ତ କରିବା ସହିତ ଶବ ଜବତ କରିଥିଲେ ଏବଂ ମୃତଦେହ ବ୍ୟବଚ୍ଛେଦ ପାଇଁ ଲାଞ୍ଜିଗଡ଼ ପଠାଇଥିଲେ। ଏ ନେଇ ବିଶ୍ୱନାଥପୁର ଥାନା କେସ୍‌ ନଂ ୨/୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବାବେଳେ ଶୁକ୍ରବାର ସନ୍ଧ୍ୟା ହୋଇଯିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇପାଇଲାନାହିଁ। ଶନିବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ବିଶ୍ୱନାଥପୁର ଥାନାଧିକାରୀ ଶବର ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri