ମା’ ଭଳି ବାପା ବି ହୋଇପାରିବେ ଝିଅର ଭଲ ବନ୍ଧୁ…

ଅନେକ ସମୟରେ ଝିଅଟି ତା’ ଜୀବନରେ ଘଟୁଥିବା ପ୍ରତ୍ୟେକ କଥା ବିନା ସଙ୍କୋଚରେ ମା’ଙ୍କୁ କହିବା ଦେଖାଯାଇଥାଏ। ଏପରିକି କେତେକ ସ୍ଥାନରେ ପିତାଙ୍କ ଅନୁମତି ଲାଗି ଝିଅମାନେ ମା’ଙ୍କ ସାହାଯ୍ୟ ଲୋଡିଥାନ୍ତି। ହେଲେ କେବଳ ମା’ କାହିଁକି, ବାପା ବି ଝିଅର ଭଲ ସାଙ୍ଗ ହୋଇପାରିବେ। ଏମିତି ବି ବାପ ଝିଅ ଅଛନ୍ତି ଯେଉଁମାନେ ଭଲ ବନ୍ଧୁ ହୋଇଥାନ୍ତି। ଝିଅ ମା’ ଅପେକ୍ଷା ବାପାଙ୍କ ପାଖରେ ଅଧିକ ଗେହ୍ଲା ହୋଇଥାନ୍ତି। ସେମାନେ ବାପାଙ୍କ ସହିତ ସବୁ କଥା ବାଣ୍ଟି ପାରନ୍ତି। ତେବେ ଆପଣ ଯଦି ଚାହାନ୍ତି ଆପଣଙ୍କ ଝିଅର ଭଲ ବନ୍ଧୁଟିଏ ହେବାକୁ କିଛି ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଧ୍ୟାନ ଦିଅନ୍ତୁ। ଜାଣନ୍ତୁ ସେ ସମ୍ପର୍କରେ…

କଟକଣା: ଅନେକ ସମୟରେ ଝିଅମାନଙ୍କୁ ଘରେ କଟକଣା କରାଯାଇଥାଏ। ଯିବାଆସିବାଠାରୁ ଆରମ୍ଭ କରି ପୋଷାକ ପରିଧାନ ଉପରେ ମଧ୍ୟ ବାରଣ କରାଯାଏ। ଏପରି କରିବା ଦ୍ୱାରା ଝିଅମାନେ ବାପାଙ୍କୁ ଡରିଥାନ୍ତି। ତେବେ ଏହି କଟକଣା ବନ୍ଦ କରନ୍ତୁ। ଦେଖିବେ ଆପଣଙ୍କ ଝିଅ ଆପଣଙ୍କ ଭଲ ବନ୍ଧୁ ହୋଇପାରିବ।

ବନ୍ଧୁଭଳି କଥା ହୁଅନ୍ତୁ: ଝିଅ ସହ ଜଣେ ପିତା ନୁହେଁ ବରଂ ଜଣେ ଭଲ ବନ୍ଧୁ ପରି ବ୍ୟବହାର କରନ୍ତୁ। ଫଳରେ ଏହି ସ୍ନେହ ତାକୁକ ଅବାଟକୁ ଯିବାକୁ ଦେଇ ନ ଥାଏ। ଜୀବନର କଠିନ ସମୟରେ ବି ସେ ଆପଣଙ୍କୁ ନିଜର ଭଲ ବନ୍ଧୁ ଭାବିଥାନ୍ତି।

ଝିଅର ପରାମର୍ଶ: ବାପା ନିଜ କାର୍ଯ୍ୟ ହେଉ କିମ୍ବା ଘରର ଗୁରୁତ୍ୱପୂର୍ଣ୍ଣ ଘଟଣା ଉପରେ ଝିଅର ପରାମର୍ଶ ଲୋଡ଼ିବା ଆବଶ୍ୟକ। ଏପରି କରିବା ଦ୍ୱାରା ସମ୍ପର୍କ ସୁଦୃଢ଼ ହୋଇଥାଏ।

ଉପହାର: ଅନେକ ସମୟରେ ଝିଅର ମନ ପସନ୍ଦର ଉପହାର ତାକୁ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri