Posted inଜାତୀୟ

ଅଗ୍ନିବୀରଙ୍କ ପରି ମଧ୍ୟପ୍ରଦେଶରେ ହୋଇପାରେ ଜଙ୍ଗଲବୀରଙ୍କ ଭର୍ତ୍ତି

ଭୋପାଳ,୨୭।୪: ମଧ୍ୟ ପ୍ରଦେଶ ସରକାର ଜଙ୍ଗଲରେ ବାଘଙ୍କ ସୁରକ୍ଷା ପାଇଁ ଅଗ୍ନିବୀରଙ୍କ ଭଳି ଜଙ୍ଗଲବୀରଙ୍କୁ ଭର୍ତ୍ତି କରିବାକୁ ଯୋଜନା କରୁଛନ୍ତି। ଏହି ପ୍ରସ୍ତାବ ରାଜ୍ୟ ସରକାରଙ୍କ ନିକଟରେ ବିଚାରାଧିନ ରହିଛି। ଏହାକୁ ଖୁବଶୀଘ୍ର ଅନ୍ତିମ ରୂପ ଦିଆଯିବ। ଏହି ପ୍ରସ୍ତାବ ଅନୁଯାୟୀ, ମଧ୍ୟ ପ୍ରଦେଶର ନ୍ୟାଶନାଲ ପାର୍କ, ଟାଇଗର ରିଜର୍ଭ ଓ ଓ୍ବାଇଲଡ ଲାଇଫ ସେଂଚୁରୀରେ ଏହାର ଆଖପାଖ ଅଞ୍ଚଳରେ ରହୁଥିବା ଲମ୍ବା ଚଉଡା ୧୮-୨୧ ବର୍ଷ ବୟସର ଯୁବକଙ୍କୁ ଚୟନ କରାଯିବ। ଚୟନ ପରେ ସେଠାରେ ଏମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଟ୍ରେନିଂ ପରେ ଏହି ଯୁବକମାନଙ୍କୁ ଜଙ୍ଗଲବୀର ଭାବେ ପରିଚୟ ମିଳିବ। ଏଥିପାଇଁ ବନ ବିଭାଗରେ ଫରେଷ୍ଟ ଗାର୍ଡଙ୍କଠାରୁ ଭିନ୍ନ ଏକ କ୍ୟାଡର କରାଯିବ।
ଏହି ଯୋଜନା ମାଧ୍ୟମରେ ପ୍ରତିବର୍ଷ ପ୍ରାୟ ୭୦୦-୧୦୦୦ ଜଙ୍ଗଲବୀରଙ୍କୁ ନିଯୁକ୍ତି ମିଳିପାରେ। ଏମାନଙ୍କ ବେତନ ଭାବେ ପ୍ରତିମାସରେ ୨୫ ହଜାର ଟଙ୍କା ଦିଆଯିବ। ଏହା ଫିକ୍ସ ରହିବ। ପାଞ୍ଚ ବର୍ଷ ପରେ ଏମାନଙ୍କ ମଧ୍ୟରୁ ୨୫-୫୦ ପ୍ରତିଶତ ବାଘ ରକ୍ଷକଙ୍କୁ ସ୍ଥାୟୀ ଫରେଷ୍ଟ ଗାର୍ଡ କରିଦିଆଯିବ। ଶିବରାଜ ସିଂ ଚୌହାନ ସରକାର ଏହି ଯୋଜନାର ଘୋଷଣା ବିଧାନସଭା ନିର୍ବାଚନର ଠିକ ପୂର୍ବରୁ କରିପାରନ୍ତି। ଭର୍ତ୍ତି ପାଇଁ ଶାରୀରିକ ମାପଦଣ୍ଡ ଓ ବ୍ୟବହାରକୁ ଅଧିକ ଗୁରୁତ୍ୱ ଦିଆଯିବ, ଏହି ପଦ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ଦ୍ୱାଦଶ ପାସ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri