Posted inଜାତୀୟ

କଂଗ୍ରେସ ଭଳି ଭାଜପା ମଧ୍ୟ ହେବ ଶେଷ: ଅଖିଳେଶ …

କୋଲକାତା,୧୯।୩ : ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରମୁଖ ବିରୋଧୀ ଦଳ ଶାସକ ଭାରତୀୟ ଜନତା ଦଳକୁ କ୍ଷମତାରୁ ହଟାଇବା ପାଇଁ ଏକ ବଡ ରାଜନୈତିକ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପ୍ରୟାସରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମଧ୍ୟ ଯୋଜନା ପ୍ରସ୍ତୁତ କରିଛନ୍ତି।

କୋଲକାତାରେ ଏକ ଗଣମାଧ୍ୟମ ସମ୍ମିଳନୀକୁ ସମ୍ବୋଧିତ କରି ଅଖିଳେଶ କହିଛନ୍ତି ଯେ ବିରୋଧୀ ଦଳ ବିରୋଧରେ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର ଯୋଗୁ ଭାରତୀୟ ଜନତା ପାର୍ଟି(ଭାଜପା) ଆଗାମୀ ଦିନରେ କଂଗ୍ରେସ ପରି ରାଜନୈତିକ ସ୍ତରରେ ସମାପ୍ତ ହେବ। ଜାତି ଜନଗଣନା ଉପରେ ଗୁରୁତ୍ୱ ଦେଇ ଅଖିଳେଶ କହିଛନ୍ତି ଯେ ଏହା ୨୦୨୪ ଲୋକସଭା ନିର୍ବାଚନରେ ଏକ ପ୍ରମୁଖ ପ୍ରସଙ୍ଗ ହେବ।

ପୂର୍ବରୁ କଂଗ୍ରେସ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରୁଥିଲା ଏବଂ ବର୍ତ୍ତମାନ ଭାଜପା ମଧ୍ୟ ତାହା କରୁଛି। କଂଗ୍ରେସ ବର୍ତ୍ତମାନ ଶେଷ ହୋଇଛି। ଭାଜପାର ମଧ୍ୟ ସମାନ ସ୍ଥିତି ହେବାକୁ ଯାଉଛି।

ୟୁପିଏ-୨ ଶାସନ ସମୟରେ ଜାତି ଭିତ୍ତିକ ଜନଗଣନା କରିବାକୁ କଂଗ୍ରେସ ପ୍ରତିଶ୍ରୁତି ଦେଇଥିବାବେଳେ ଦଳ ନିଜ ଲକ୍ଷ୍ୟରୁ ଦୂରେଇ ଯାଇଥିଲା। ଅଖିଳେଶ କହିଛନ୍ତି, ’ଆମେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଜାତିଗତ ଜନଗଣନା କରନ୍ତୁ ବୋଲି ଚାହୁଁଛୁ। ଅନେକ ନେତା ଏହା ଦାବି କରୁଛନ୍ତି। କିନ୍ତୁ କଂଗ୍ରେସ ପରି ଭାଜପା ମଧ୍ୟ ଏହା କରିବାକୁ ଆଗ୍ରହୀ ନୁହଁନ୍ତି।

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ବିରୋଧୀ ଦଳର ସୂତ୍ର କ’ଣ ହେବ ବୋଲି ପ୍ରଶ୍ନର ଉତ୍ତରରେ ଅଖିଳେଶ କହିଛନ୍ତି ଯେ ଏହା ପ୍ରକାଶ କରାଯିବ ନାହିଁ। ଆମେ ବିରୋଧୀ ଦଳର ସୂତ୍ର ପ୍ରକାଶ କରିବୁ ନାହିଁ । ଆମର ଲକ୍ଷ୍ୟ ହେଉଛି ଭାଜପାକୁ ପରାସ୍ତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri