ଭାରତ ଭଳି ଆମେ ବି ସହାୟତା ଯୋଗାଇ ଦେବୁ: ବାଇଡେନ୍‌…

ଓ୍ବାଶିଂଟନ,୨୬।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ବିପଦରେ ପଡ଼ିଥିବାବେଳେ ଭାରତ ଆବଶ୍ୟକ ସହାୟତା ଯୋଗାଇ ଦେଇଥିଲା। ଏବେ ଆମର ପାଳି। ଭାରତର ସଙ୍କଟ ସମୟରେ ଆମେରିକା ସହାୟତା ଯୋଗାଇ ଦେବ ବୋଲି ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ଭାରତର ଉପକାର ଶୁଝିବା ପାଇଁ ଆମେରିକା ଅଣ୍ଟାଭିଡ଼ିଛି। ତେବେ ପୂର୍ବରୁ ଭାକ୍ସିନ୍‌ ପ୍ରସ୍ତୁତି ଲାଗି ବ୍ୟବହୃତ ହେଉଥିବା କଞ୍ଚାମାଲ୍‌ ଯୋଗାଇବାକୁ ଆମେରିକା ମନା କରିଥିଲା। ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ ଆମେରିକା ପ୍ରତିପକ୍ଷ ଜେକେ ସୁଲିଓ୍ବନ୍‌ଙ୍କ ସହିତ ଆଲୋଚନା କରିବା ପରେ ବାଇଡେନ୍‌ ସରକାରଙ୍କ ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ବାଇଡେନ୍‌ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ମହାମାରୀ ସଂକ୍ରମଣର ପ୍ରାରମ୍ଭିକ ପର୍ଯ୍ୟାୟରେ ଭାରତ ଆମେରିକା ପ୍ରତି ସହାୟତାର ହାତ ବଢ଼ାଇ ଥିଲା। ଏବେ ଆମେରିକା ଭାରତକୁ ସହାୟତା କରିବା ଲାଗି ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri