Posted inଜାତୀୟ

ଚୂନ ଖଣିରେ ବିସ୍ଫୋରଣ: ୧୦ ମୃତ

କଡ଼ାପା, ୯।୫: ଆନ୍ଧ୍ରପ୍ରଦେଶର କଡାପାରେ ଥିବା ଏକ ଚୂନପଥର ଖଣିରେ ଶନିବାର ସକାଳେ ବିସ୍ଫୋରଣ ଘଟି ୧୦ ଶ୍ରମିକ ପ୍ରାଣ ହରାଇଛନ୍ତି। କଳସପାଡୁ ବ୍ଲକ୍‌ର ମାମିଲାପାଲେ ଗ୍ରାମରେ ଥିବା ଉକ୍ତ ଖଣିରେ ବିସ୍ଫୋରଣ ସମୟରେ ୪୦ ଶ୍ରମିକ କାର୍ଯ୍ୟରତ ଥିଲେ। ଶ୍ରମିକମାନଙ୍କ ମୃତ୍ୟୁକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ଦୁଃଖପ୍ରକାଶ କରିବା ସହ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ଟିଡିପି ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌.ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri