ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ ମନମାନି ଚାଲିଥିବା ଅଭିଯୋଗ ଉଠିଛି। ବିଭାଗୀୟ ଯନ୍ତ୍ରୀଙ୍କ ଦାୟିତ୍ୱହୀନତା ଯୋଗୁ ଲକ୍ଷାଧିକ ଟଙ୍କାର ସରକାରୀ ଅର୍ଥ ବ୍ୟର୍ଥ ଯାଉଥିବା ମଧ୍ୟ ଅଭିଯୋଗ ହୋଇଛି।

ଏଭଳି ଏକ ଅଭିଯୋଗ କର୍ଲାମୁଣ୍ଡା ଡୁକେରମାଳ ବସ୍ତିଠାରୁ ଭିମାଗୁଡ଼ି ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା କଂକ୍ରିଟ ରାସ୍ତାକୁ ନେଇ ହୋଇଛି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରେ ୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି କଂକ୍ରିଟ ରାସ୍ତା ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, କଂକ୍ରିଟ ରାସ୍ତାରେ ୪ ଇଞ୍ଚ ବାଲି, ୪ ଇଞ୍ଚ ମେଟାଲ ଏବଂ ୪ ଇଞ୍ଚ ଚିପ୍ସ ଢଳେଇ କରାଯିବା ନେଇ ଏଷ୍ଟିମେଟରେ ଉଲ୍ଲେଖ ରହିଛି। କିନ୍ତୁ ଠିକାଦାର କେତେକ ସ୍ଥାନରେ ୨ ଇଞ୍ଚ ଓ ଆଉ କେତେକ ସ୍ଥାନରେ ୩ ଇଞ୍ଚ ମୋଟେଇରେ ମେଟାଲ ନଦେଇ କେବଳ ବାଲି ଓ ଚିପ୍ସରେ ଢଳେଇ କରିଥିବା ଅଭିଯୋଗ ହୋଇଛି।

ଠିକାଦାର କଂକ୍ରିଟ ରାସ୍ତା ନିର୍ମାଣ କରୁଥିବା ସମୟରେ ବ୍ଲକର ପଞ୍ଚାୟତ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କ ଦେଖା ମିଳି ନ ଥିବା ପଡ଼ାର କେତେକ ସାମାଜିକ କର୍ମୀ ଅଭିଯୋଗ କରିଛନ୍ତି। ଯନ୍ତ୍ରୀଙ୍କ ତଦାରଖ ଅଭାବର ସୁଯୋଗ ନେଇ ଠିକାଦାର ନିମ୍ନମାନର କାମ କରି ବିଲ୍‌ ହାତେଇ ନେବାକୁ ଉଦ୍ୟମ କରିଥିବା ସେମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ମଧ୍ୟ ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀଙ୍କ ଦେଖା ମିଳୁ ନ ଥିବା ବେଳେ ତାଙ୍କର ଅନ୍ୟତ୍ର ବଦଳି ହୋଇଯାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ, କାର୍ଯ୍ୟସ୍ଥଳରେ ସୂଚନା ଫଳକ ଲଗାଇବା ପରିବର୍ତ୍ତେ ନିର୍ମାଣସ୍ଥଳଠାରୁ ପ୍ରାୟ ୬୦୦ ମିଟର ଦୂରରେ ସୂଚନା ଫଳକ ଲଗାଯାଇଥିବା ନେଇ ମଧ୍ୟ ପ୍ରଶ୍ନ ଉଠିଛି। ଏହି ସୂଚନା ଫଳକ ଏକ ଗୁହାଳର କାନ୍ଥରେ ଲଗାଯାଇଥିବା ଅଭିଯୋଗ ହୋଇଛି। ନିୟମ ଅନୁଯାୟୀ ଇଟାରେ ୧୦ ଇଞ୍ଚ ମୋଟେଇରେ ସୂଚନା ଫଳକ ନିର୍ମାଣ କରାଯିବା କଥା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏଥିପାଇଁ ସରକାରୀ ହିସାବରେ ୩,୩୦୦ ଟଙ୍କା ବ୍ୟୟ ବ୍ୟବସ୍ଥା ରହିଥିବା ମଧ୍ୟ ସେମାନେ କହିଛନ୍ତି।

ଏ ସମ୍ପର୍କରେ ବିଡିଓ ସୁଶ୍ରୀ ସୁଚରିତା ମୁଗ୍ରୀଙ୍କୁ ପଚାରିବାରୁ, ଏହି ଅଭିଯୋଗ ସମ୍ପର୍କରେ ତାଙ୍କ ନିକଟରେ ଖବର ରହିଛି। କନିଷ୍ଠ ଯନ୍ତ୍ରୀଙ୍କ ତଦାରଖ ପରେ ମିଳିଥିବା ରିପୋର୍ଟ ଆଧାରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରକାଶ କରିଥିଲେ। ତେବେ ରାସ୍ତା ନିର୍ମାଣର ମାନ ଓ ସରକାରୀ ଅର୍ଥର ବ୍ୟବହାର ସମ୍ପର୍କରେ ଜିଲ୍ଲାପାଳ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ପଡ଼ାବାସୀ ଓ ସାମାଜିକ କର୍ମୀମାନେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri