ସୂଚନା ଫଳକରେ ସୀମିତ ସୌନ୍ଦର୍ଯ୍ୟକରଣ

ବାରିପଦା ଅଫିସ,୧୭ା୬ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ହେଉ ନ ଥିବାରୁ ଶ୍ରଦ୍ଧାଳୁ ତଥା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଲୋକ ଦେଖାଣିଆ ଭାବେ ରାଜ୍ୟ ପ୍ରନତ୍ତତ୍ତ୍ୱ ବିଭାଗ ପକ୍ଷରୁ ଏକ ପ୍ରତିନିଧି ଦଳ ମନ୍ଦିର ପରିଦର୍ଶନ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହେବା ପରେ ମଧ୍ୟ ଉନ୍ନତିକରଣ ଲାଗି କୌଣସି ତପତ୍ରତା ପ୍ରକାଶ ପାଇନାହିଁ। କେବଳ ପର୍ଯ୍ୟଟନ ବିଭାଗର ଏକ ସୂଚନା ଫଳକ ବ୍ୟତିତ କୌଣସି ଅନୁଦାନ ମିଳିନାହିଁ। ତତ୍‌କାଳୀନ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତିକୁ ବର୍ଷେ ପୁରିବାକୁ ଯାଉଥିବାରୁ ଅଞ୍ଚଳବାସୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
୧୨ଜୁନ ୨୦୨୧ ଜୁନ୍‌ ୧୨ରେ ମୟୂରଭଞ୍ଜ ଜିଲା ବିଜେଡି ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ପ୍ରକାଶ ଦାସ ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଉତ୍ତର ଓଡ଼ିଶାର ଏହି ପ୍ରାଚୀନ ଶୈବ ପୀଠର ଉନ୍ନତିକରଣ ନିମନ୍ତେ ୫୦ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ପରବର୍ତ୍ତୀ ସମୟରେ ୨୦୨୧ ଜୁଲାଇ ୨୭ରେ ତତ୍‌କାଳୀନ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମାଣତ୍ରୀଗସ୍ତରେ ଆସି ମନ୍ଦିରର ଉନ୍ନତି କରଣ ନିମନ୍ତେ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସର୍ବସାଧାରଣରେ ପ୍ରକାଶ କରିଥିଲେ। ଏହି ଅର୍ଥରେ ପୁରାତନ ମନ୍ଦିରର ବେଢ଼ା ଓ ଭିତରପାର୍ଶ୍ୱ ମରାମତି, ମନ୍ଦିରକୁ ଲାଗିଥିବା ଜଳାଶୟରେ ବୋଟିଂ ବ୍ୟବସ୍ଥା ସହିତ ଏକ ଝୁଲାପୋଲ ନିର୍ମାଣ, ପାର୍କ ଓ ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାର ପ୍ରଶସ୍ତୀକରଣ, ସ୍ବାଗତ ତୋରଣ ନିର୍ମାଣ, ରାସ୍ତାର ଉଭୟ ପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ସେହିପରି ମାଣତ୍ରୀ କଲେଜ ସମ୍ମୁଖରେ ସରକାରଙ୍କ ପକ୍ଷରୁ ପର୍ଯ୍ୟଟନ ବିଭାଗ ପାଇଁ ଉଦ୍ଦିଷ୍ଟ ୩ ଏକର ଜମିକୁ ଚିହ୍ନଟ କରି ଦଖଲମୁକ୍ତ କରିବାକୁ ମନ୍ତ୍ରୀ ବଡ଼ସାହି ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉନ୍ନତିକରଣ କାର୍ଯ୍ୟର ରୂପରେଖ ଓ ଅଟକଳ ପ୍ରସ୍ତୁତି ଆରମ୍ଭ ସାଙ୍ଗକୁ ସେପ୍ଟେମ୍ବର ମାସରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ନେଇ ମନ୍ତ୍ରୀ ଘୋଷଣା କରିଥିଲେ ବୋଲି ମାଣତ୍ରୀର ଦେବାଶିଷ ରଞ୍ଜନ ଦାଶ, ଭାନୁଶଙ୍କର ପଣ୍ଡା ପ୍ରକାଶ କରିଛନ୍ତି। ସେହିପରି ମନ୍ଦିରର ପରିଛା ପ୍ରଦୀପ କୁମାର ପଣ୍ଡାଙ୍କ ପୌରହିତ୍ୟରେ ବହୁ ନେତୃବୃନ୍ଦ ଉପସ୍ଥିତ ରହି ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ ଓ ମନ୍ଦିରର ପୁନଃରୁଦ୍ଧାର କରିବାକୁ ନେଇ ଆଲୋଚନା କରିଥିଲେ। ସେବାୟତମାନଙ୍କ ସମସ୍ୟାର ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବି ଉପସ୍ଥାପନ କରାଯାଇଥିଲା। ସେହିପରି ଆଇଟିଡିଏ ପକ୍ଷରୁ ମନ୍ଦିର ପରିସର ଚଟାଣରେ ଟାଇଲ ବିଛାଇବା କାର୍ଯ୍ୟ ବିବାଦ ଯୋଗୁ ବନ୍ଦ ରହିଛି। ଏପରି ସ୍ଥଳେ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିବା ମାଣତ୍ରୀ ମନ୍ଦିର କେବଳ କାଗଜପତ୍ରରେ ସୀମିତ ରହିଛି ବୋଲି ଅଞ୍ଚଳର ସରୋଜ ନାଏକ, ବାସନ୍ତୀ ପାତ୍ର ଓ ଜଗନ୍ନାଥ ନାଏକ କହିଛନ୍ତି। ତେବେ ଜିଲାରେ ଥିବା ମଠ ମନ୍ଦିର ମଧ୍ୟରୁ ଦେବୋତ୍ତର ବିଭାଗକୁ ସିଂହଭାଗ ରାଜସ୍ବ ଯୋଗାଉଥିବା ବୈଦ୍ୟନାଥ ମନ୍ଦିରର ଉନ୍ନୟନ କାର୍ଯ୍ୟ ପ୍ରତି ଅବହେଳା ପ୍ରଦର୍ଶନ କରାଯିବା ନେଇ ଚର୍ଚ୍ଚା ଜୋର ଧରିଛି ା ଲକ୍ଷ ଲକ୍ଷ ଭକ୍ତଙ୍କ ସୁଅ ଛୁଟୁଥିବା ମାଣତ୍ରୀ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ପ୍ରତି ରାଜ୍ୟ ସରକାର ସ୍ବତନ୍ତ୍ର ଦୃଷ୍ଟି ଦେଲେ ପୁରୁଣା ଐତିହ୍ୟ ଜୀବନ୍ତ ହୋଇ ଉଠିବ ବୋଲି ଶ୍ରଦ୍ଧାଳୁମାନେ ମତବ୍ୟକ୍ତ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri