୬୪ ଗାଁ ଚିହ୍ନଟରେ ସୀମିତ ସୁନାମି ମୁକାବିଲା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜିଲା ପ୍ରଶାସନ ପକ୍ଷରୁ ଜନଜୀବନ ସୁରକ୍ଷା ପାଇଁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବା ସାଧାରଣ କଥା ହୋଇଛି। ସମୁଦ୍ର ତଟକ୍ଷୟ ପାଇଁ ସାତଭାୟାର ୫୭୧ ପରିବାର ୮ କି.ମି. ଦୂର ବଗପାଟିଆକୁ ସ୍ଥାନାନ୍ତର ହୋଇଛନ୍ତି। ବରାହିପୁର, ମଗରକନ୍ଦା, ଅଢ଼ସଲ, ଚାରିଘରିଆର ୧୪୮ ପରିବାର ଦୀର୍ଘଦିନ ଧରି ଆବେଦନ ପତ୍ର ଜିଲା ପ୍ରଶାସନକୁ ଦେଇଥିଲେ ମଧ୍ୟ ଅଦ୍ୟାବଧି ସ୍ଥାନାନ୍ତର ପାଇଁ ପ୍ରକ୍ରିୟା ଆରମ୍ଭ ହେଉନାହିଁ। ଏହି ପ୍ରାକୃତିକ ବିପର୍ଯ୍ୟୟକୁ ରୋକୁଥିବା ହେନ୍ତାଳ ବଣ ସୃଷ୍ଟି ଓ ସାମୁଦ୍ରିକ ପ୍ରାଚୀର ନିର୍ମାଣକୁ ଗୁରୁତ୍ୱ ଦେବାକୁ ରାଜ୍ୟ ଓ କେନ୍ଦ୍ର ସରକାର, ଜିଲା ପ୍ରଶାସନକୁ ପରିବେଶବିତ, ବୁଦ୍ଧିଜୀବୀମାନେ ଦୃଷ୍ଟି ଆକର୍ଷଣ କରୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ପ୍ରତାପ କୁମାର ପାଢ଼ୀ, ଡା. ପି.ଏନ୍‌. ଗୌରାଙ୍ଗ, ପରିବେଶବିତ୍‌ ଲକ୍ଷ୍ମୀଧର ସ୍ବାଇଁ, ସମରେନ୍ଦ୍ର ମାହାଳି ପ୍ରମୁଖ କହିଛନ୍ତି, ୨୦୦୪ ଡିସେମ୍ବରରେ ଇଣ୍ଡୋନେସିଆ ସମେତ ଭାରତର ତାମିଲନାଡୁ, ଆଣ୍ଡାମାନ ନିକୋବର, କେରଳ, ପଣ୍ଡିଚେରୀ ଓ ଆନ୍ଧ୍ର ଉପକୂଳରେ ସୁନାମିର ପ୍ରଭାବ ପଡିଥିଲା। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ପ୍ରଥମ ପଦକ୍ଷେପ ସ୍ବରୂପ ଦେଶ ବ୍ୟାପୀ ସୁନାମିପ୍ରବଣ ଅଞ୍ଚଳ ଚିହ୍ନଟ କରାଯାଇଥିଲା। ଓଡ଼ିଶାରେ ଓସ୍‌ଡମା ପକ୍ଷରୁ ଏହି ଚିହ୍ନଟ କାର୍ଯ୍ୟ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲାରେ ସ୍ଥାନୀୟ ଜଙ୍ଗଲ ବିଭାଗ ସହଯୋଗରେ ତଟବର୍ତ୍ତୀ ମହାକାଳପଡ଼ା ଓ ରାଜନଗର ବ୍ଲକ ଅଞ୍ଚଳର ୬୪ ଗ୍ରାମକୁ ସୁନାମିପ୍ରବଣ ବୋଲି ଓସ୍‌ଡମା ଚିହ୍ନଟ କରିଥିଲା। ସୁନାମୀର ମୁକାବିଲା ପାଇଁ ତଟାଞ୍ଚଳରେ ସାମୁଦ୍ରିକ ପ୍ରାଚୀର ଓ ହେନ୍ତାଳ ବଣ ସୃଷ୍ଟି କରିବାକୁ ସେ ସମୟରେ ପ୍ରସ୍ତାବ ରହିଥିବା ବେଳେ ଏହାର କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ା ଉପାନ୍ତ ଅଞ୍ଚଳର ପ୍ରାୟ ୨ ଲକ୍ଷ ଅଧିବାସୀ ବନ୍ୟା ଓ ସାମୁଦ୍ରିକ ଝଡ଼ ପରି ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବା ବେଳେ ସୁନାମିକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବିଭିନ୍ନ ସାମୁଦ୍ରିକ ଝଡ ସମୟରେ ସମୁଦ୍ର ଜୁଆର ଜିଲାର ତଟାଞ୍ଚଳ ଡେଇଁ ପ୍ରାୟ ୩ କି.ମି. ଅଞ୍ଚଳକୁ ମାଡିଆସୁଛି। କୌଣସି କାରଣରୁ ସୁନାମି ଆସିଲେ ତଟାଞ୍ଚଳ କ୍ଷୟକ୍ଷତିକୁ ରୋକିବା ସମ୍ଭବ ହେବ ନାହିଁ ା ଏହାର ପ୍ରକୋପକୁ କିଛି ମାତ୍ରାରେ ହେନ୍ତାଳ ବଣ କମ୍‌ କରିପାରେ ା ଓଡ଼ିଶାର ତଟବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ତଦାରଖ ପାଇଁ ୨୦୦୬ରେ ଗୋଆ ଜାତୀୟ ସାମୁଦ୍ରିକ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ଡ. ଟି.ଜି. ଜଗତାପ, ଡ. ବି.ସି. ଇନଗୋଲିଓ, ଡ. କେ. ମୁସା ପ୍ରମୁଖ କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ।

ଭିତରକନିକା ଗସ୍ତରେ ଆସି ତଟାଞ୍ଚଳରେ ଥିବା ହେନ୍ତାଳ ଜଙ୍ଗଲ ଦେଖିବା ପରେ ଏହା ସାମୁଦ୍ରିକ ପ୍ରାଚୀର ଭାବେ ସର୍ବୋତ୍କୃଷ୍ଟ ବୋଲି ସନ୍ତୋଷ ପ୍ରକାଶ କରିଥିଲେ ା ଭିତରକନିକାର ବ୍ୟାପକ ହେନ୍ତାଳ ବଣ ସୁନାମି ପ୍ରଭାବରୁ ମୁକ୍ତ କରିପାରିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିବା ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତଟବର୍ତ୍ତୀ ସ୍ଥାନରେ ହେନ୍ତାଳ ବଣ ଓ ଆବଶ୍ୟକ ମୁତାବକ ସୁରକ୍ଷା ପ୍ରାଚୀର କରିବାକୁ ପରାମର୍ଶ ଦେଇଥିଲେ। ଇତିମଧ୍ୟରେ ଏହି ଗସ୍ତକୁ ୧୮ ବର୍ଷ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା ଜିଲାର ସୁନାମି ମୁକାବିଲା କେବଳ ୬୪ ଗ୍ରାମ ଚିହ୍ନଟରେ ସୀମିତ ହୋଇଛି ା ତଟାଞ୍ଚଳକୁ ହେନ୍ତାଳ ଜଙ୍ଗଲ ପରିପୂର୍ଣ୍ଣ କରି ସୁନାମି ଓ ସାମୁଦ୍ରିକ ଝଡ଼ରୁ ସୁରକ୍ଷା ଦେବା ପାଇଁ କୌଣସି ଦୃଢ଼ ପଦକ୍ଷେପ ନିଆଯାଇନାହିଁ ା ଅପରପକ୍ଷେ ତଟାଞ୍ଚଳରେ ଥିବା ହେନ୍ତାଳବଣର ଦ୍ରୁତ ଅବକ୍ଷୟ ହୋଇଛି ା ଏହି ତଟକ୍ଷୟ ପାଇଁ ସାତଭାୟାର ୫ ରାଜସ୍ବ ଗ୍ରାମ ଜିଲା ମାନଚିତ୍ରରୁ ଲିଭିଯାଇଛି ା ତଟାଞ୍ଚଳରେ କ୍ରମବର୍ଦ୍ଧିଷ୍ଣୁ ଚିଙ୍ଗୁଡି ଘେରି ତଟଦେଶର ପ୍ରାକୃତିକ ପରିବେଶକୁ ଉଜାଡି ଦେଇଛି। ସୁନାମି ଆତଙ୍କରେ ଆତଙ୍କିତ ଜିଲାର ପ୍ରାୟ ୨ ଲକ୍ଷ ଅଧିବାସୀ ମକଡ୍ରିଲ ଓ ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ ଭରସାରେ ରହିଥିବା ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି ା ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲ କହିଛନ୍ତି, ହେନ୍ତାଳବଣ ସୃଷ୍ଟିକୁ ଜିଲା ପ୍ରଶାସନ ଅଧିକ ଗୁରୁତ୍ୱ ଦେଇଛି ା ପେଣ୍ଠଠାରେ ଜିଓ ସିନ୍ଥେଟିକ ଟିଉବ ୱାଲ୍‌ ନିର୍ମାଣ ହୋଇଛି ା ଏଥିସହିତ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇଁ ସ୍ଥାନୀୟ ଜନସାଧାରଣଙ୍କୁ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri