କର୍ଡନ ଭିତରେ ରହିବେ ସୀମିତ ସଂଖ୍ୟକ ପାସ୍‌ଧାରୀ

ପୁରୀ ଅଫିସ,୮ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଆସନ୍ତା ୨୦ ତାରିଖରେ ରଥଯାତ୍ରା ହେବାକୁ ଯାଉଥିବା ବେଳେ ସମସ୍ତ ନୀତିକାନ୍ତି, ଦର୍ଶନ ବ୍ୟବସ୍ଥା, ଯାତାୟାତ ଆଦି ଯେପରି ଶୃଙ୍ଖଳିତ ଭାବେ ହେବ ସେ ନେଇ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ବୁଧବାର ଏସ୍‌ପିଙ୍କ କାର୍ଯ୍ୟାଳୟରେ ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ଛତିଶା ନିଯୋଗ ସେବାୟତଙ୍କ ମଧ୍ୟରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ୍‌ପି କନୱର ବିଶାଲ ସିଂ ଅଧ୍ୟକ୍ଷତା କରିଥିଲେ। ଚଳିତବର୍ଷର ଘୋଷଯାତ୍ରା କିପରି ଶୃଙ୍ଖଳିତ ଭାବେ ସମ୍ପନ୍ନ ହେବ ସେନେଇ ଆଲୋଚନା କରାଯାଇଥିଲା। ଶୃଙ୍ଖଳିତ ଦର୍ଶନ, ନୀତି ପାଇଁ ଯାତାୟାତ ସମୟରେ ଯେପରି ସେବକଙ୍କୁ କୌଣସି ସମସ୍ୟା ନ ହେବ, ଗତବର୍ଷର ତ୍ରୁଟି ଯେପରି ଚଳିତବର୍ଷ ପୁନରାବୃତ୍ତି ନ ହେବ ସେଥିପ୍ରତି ଗୁରୁତ୍ୱ ଦିଆଯାଇଥିଲା। ବୈଠକରେ ସେବାୟତମାନେ ସେମାନଙ୍କ ମତ ରଖିଥିଲେ।
ବୈଠକ ପରେ ଏସ୍‌ପି ସୂଚନା ଦେଇ କହିଛନ୍ତି, ମହାପ୍ରଭୁଙ୍କ ଆର୍ଶୀବାଦରୁ ସ୍ନାନଯାତ୍ରା ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଛି। ଆଗକୁ ରଥଯାତ୍ରା ପାଇଁ ଆମେ ପ୍ରସ୍ତୁତ ରହିଛୁ। ସେବାୟତଙ୍କ ସହଯୋଗରେ ସ୍ନାନଯାତ୍ରା ପରି ରଥଯାତ୍ରା ମଧ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ଆଶା ରଖିଛୁ। ସେବାୟତମାନେ ସମସ୍ତ ପ୍ରକାର ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ। ସମସ୍ତଙ୍କ ସହଯୋଗରେ ଘୋଷଯାତ୍ରା ଶୃଙ୍ଖଳିତ ଭାବେ ସମ୍ପନ୍ନ ହେବ ବୋଲି ଆଶା ରହିଥିବା ସେ ପ୍ରକାଶ କରିଛନ୍ତି। ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାଧବ ମହାପାତ୍ର କହିଛନ୍ତି, ରଥଯାତ୍ରା ସମୟରେ ଅତ୍ୟଧିକ ଲୋକ କର୍ଡନ ଭିତରେ ରହୁଛନ୍ତି। ତେଣୁ କର୍ଡନ ଭିତରେ ସୀମିତ ପାସ୍‌ଧାରୀ ରହିବା, ପହଣ୍ଡି ସମୟରେ ସୀମିତ ଘଣ୍ଟୁଆ, କର୍ଡନ ଭିତରେ ନୃତ୍ୟ ଶିଳ୍ପୀଙ୍କୁ ସୀମିତ ରଖିବା, ନୀତି ଶୃଙ୍ଖଳିତ କରାଯିବା ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ବୈଠକରେ ଆଲୋଚନା କରାଯାଇଛି। ସେହିପରି ବରିଷ୍ଠ ସେବକ ତଥା ଶ୍ରୀମନ୍ଦିର ଘଣ୍ଟୁଆ ନିଯୋଗ ସଭାପତି ଗୌରହରି ପ୍ରଧାନ କହିଛନ୍ତି, ଘୋଷଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତି ପାଇଁ ନିୟୋଜିତ ଥିବା ସେବାୟତଙ୍କ ଯାତାୟାତ ଲାଗି ସ୍ବତନ୍ତ୍ର ପାସ୍‌ ବ୍ୟବସ୍ଥା, ପାର୍କିଂସ୍ଥାନ, ପୋଲିସ ପକ୍ଷରୁ ସହଯୋଗ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri