ଲାଞ୍ଚ ନେଇ ଭିଜିଲାନ୍ସର ଜାଲରେ ଲାଇନ୍‌ମ୍ୟାନ୍‌

ଫୁଲବାଣୀ ଅଫିସ/ଟିକାବାଲି,୧୮।୧୧: କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳର ବିଦ୍ୟୁତ ବିଭାଗର କର୍ମଚାରୀ କାଳୁ ଚରଣ ପଲେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ବିଦ୍ୟୁତ୍‌ ସଂଯୋଗ କରାଇ ଦେବାକୁ ଜଣେ ଗ୍ରାହାକଙ୍କଠାରୁ ୫ ହଜାର ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।
ଛତିଘର ଗାଁର ରିଙ୍କୁ ଭୁକ୍ତା ନାମକ ଜଣେ ବ୍ୟକ୍ତି ତାଙ୍କ ଦୋକାନ ଘରକୁ ନୂଆ ବିଦ୍ୟୁତ୍‌ କନେକଶନ ନେବା ପାଇଁ ଅନ୍‌ଲାଇନରେ ଆବେଦନ କରିବା ସହ ଆବଶ୍ୟକ ଟଙ୍କା ପଇଠ କରିଥିଲେ। ହେଲେ ୫ ହଜାର ଟଙ୍କା ନ ଦେଲେ ବିଦ୍ୟୁତ୍‌ ସଂଯୋଗ ଦେଇ ହେବ ନାହିଁ ବୋଲି ଲାଇନ୍‌ମ୍ୟାନ୍‌ କାଳୁ ଗ୍ରାହକ ରିଙ୍କୁଙ୍କୁ କହିଥିଲେ। ଏ ନେଇ ରିଙ୍କୁ ୧୭ ତାରିଖରେ ଭିଜିଲାନ୍ସରେ ଅଭିଯୋଗ କରିଥିଲୋ ଶୁକ୍ରବାର ଯୋଜନା ଅନୁସାରେ ରିଙ୍କୁଙ୍କ ପାଖକ ଟଙ୍କା ନେବା ପାଇଁ କର୍ମଚାରୀ କାଳୁ ଆସିଥିଲେ। ଟଙ୍କା ନେଇ ଗାଡି ଡିକିରେ ରଖିବା ପରେ ସେଠାରେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଏକ ମାମଲା ନଂ.୨୫/୨୨ ରୁଜୁ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri