ଏବେ ଖୋଲିବନି ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୯।୮(ବ୍ୟୁରୋ): ଶୈବକ୍ଷେତ୍ରର ପ୍ରସିଦ୍ଧ ଶ୍ରୀ ଲିଙ୍ଗରାଜ ମନ୍ଦିର। କିଛି ମାସ ହେଲା କୋଭିଡ୍‌ କଟକଣା ଯୋଗୁ ମନ୍ଦିର ବନ୍ଦ ରହିଛି। ମନ୍ଦିର କେବେ ଖୋଲିବ ତାହା ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଯଦିଓ ମନ୍ଦିରମାଳିନୀ ସହରର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଆସନ୍ତା ୨୩ ତାରିଖରୁ ଭକ୍ତଙ୍କ ଦର୍ଶନ ଏବଂ ପୂଜାର୍ଚ୍ଚନା ପାଇଁ ଖୋଲିବ ବୋଲି ସୋମବାର ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଧାର୍ମିକ ଅନୁଷ୍ଠାନରେ କୋଭିଡ୍‌ ଗାଇଡ୍‌ଲାଇନ ପାଳନ କରିବାକୁ ବାଧ୍ୟତାମୂଳକ କରାଯାଇଛି। ଦୀପ, ଫୁଲ, ପ୍ରସାଦ ଭଳି ସାମଗ୍ରୀ ଧାର୍ମିକ ଅନୁଷ୍ଠାନକୁ ଆଣିବାକୁ ମନା କରାଯାଇଛି। ୨୫ରୁ ଅଧିକ ଭକ୍ତଙ୍କ ଏକାଠି ଦର୍ଶନ କରିବାକୁ ବାରଣ କରାଯାଇଛି। ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା, ୧୮ବର୍ଷରୁ କମ୍‌ ବୟସ୍କଙ୍କୁ ଧାର୍ମିକ ଅନୁଷ୍ଠନ ଯିବା ଉପରେ ବି କଟକଣା ଜାରି କରାଯାଇଛି। ହେଲେ ୨୩ ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେବାକୁ ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri