Lingaraja Temple: ପ୍ରଭୁ Lingarajaଙ୍କ କାର୍ଯ୍ୟରେ ଅର୍ଥ ବାଧକ ହେବନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୨(ସୁନିତ୍‌ ମିଶ୍ର): Lingaraja ମନ୍ଦିର ଓ ଏକାମ୍ର କ୍ଷେତ୍ରର ପାରିପାର୍ଶିକ ଅଞ୍ଚଳର ବିକାଶ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିସହ ରାଜ୍ୟର ସମସ୍ତ ଆଧ୍ୟାତ୍ମିକ ସ୍ଥାନର ଉନ୍ନତିକରଣ ଲାଗି ଉଦ୍ୟମ ଜାରି ରହିବ। ତେବେ ପ୍ରଭୁ ଲିଙ୍ଗରାଜଙ୍କ କାର୍ଯ୍ୟରେ ଅର୍ଥ ବାଧକ ହେବନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗର ଯାତ୍ରା ଅବସରରେ ବୁଧବାର ପୁରୁଣା ଭୁବନେଶ୍ୱରସ୍ଥିତ Lingaraja ଭଜନ ମଣ୍ଡପଠାରେ ଆୟୋଜିତ ଭଜନ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରୀକ୍ଷେତ୍ର ପୁରୀ, ଅର୍କ କ୍ଷେତ୍ର କୋଣାର୍କ ଏବଂ ଏକାମ୍ର କ୍ଷେତ୍ର ଭୁବନେଶ୍ୱର ଭଳି ଆଧ୍ୟାତ୍ମିକ ପର୍ଯ୍ୟଟନ କ୍ଷେତ୍ରଗୁଡିକର ଉନ୍ନତି ଲାଗି ଆମେ ଲକ୍ଷ୍ୟ ରଖିଛୁ। ଏସବୁ କ୍ଷେତ୍ର ଗୁଡିକ ଆମର ଆଧ୍ୟାତ୍ମିକ ପରମ୍ପରାକୁ ବଜାୟ ରଖିବା ସହ ରାଜ୍ୟର ଅର୍ଥନୈତିକ ବୃଦ୍ଧିରେ ମଧ୍ୟ ଯୋଗଦାନ କରିଥାନ୍ତି। ତେବେ ଏଠାରେ ସ୍ଥାୟୀ ମଣ୍ଡପ ଲାଗି ଏଏସ୍‌ଆଇ ଠାରୁ ଅନୁମତି ମିଳିଲା ପରେ ସମସ୍ତ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସୁନାମଧନ୍ୟ କଣ୍ଠଶିଳ୍ପୀ ଅନୁରାଧା ପୋଡ଼ୱାଲ,ଉଷା ଉଥୁପ୍‌ଙ୍କ ସମେତ ସମସ୍ତ କଳାକାର ଓ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏଥିସହ ସେ ପ୍ରଭୁ Lingaraja ଓ ମହାଦୀପ ଦର୍ଶନ କରିଥିଲେ।
ଏକାମ୍ର ସାଂସ୍କୃତିକ ମଞ୍ଚ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଏକାମ୍ର ବିଧାୟକ ବାବୁ ସିଂହ, ମେୟର ସୁଲୋଚନା ଦାସ ପ୍ରମୁଖ ପ୍ରଭୁ ଲିଙ୍ଗରାଜଙ୍କ ପାଖରେ ସମସ୍ତଙ୍କର ମଙ୍ଗଳ କାମନା କରିଥିଲେ। ଏଥିସହ ଏକାମ୍ର ସାଂସ୍କୃତିକ ମଞ୍ଚର ସଭାପତି ସୁରେଶ ରାଉତରାୟ, ଉପସଭାପତି ସମୀର ମହାନ୍ତି, ସମ୍ପାଦକ ସନତ୍‌ ମିଶ୍ର, ଆଇଏମ୍‌ଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର, ଭାଜପା ଜଗନ୍ନାଥ ପ୍ରଧାନ ଓ କର୍ପୋରେଟର ବୃନ୍ଦ ନିଜ ବକ୍ତବ୍ୟ ରଖିଥିଲେ। ଏହାପରେ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri