Lingaraja Temple: ପ୍ରଭୁ Lingarajaଙ୍କ କାର୍ଯ୍ୟରେ ଅର୍ଥ ବାଧକ ହେବନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୨(ସୁନିତ୍‌ ମିଶ୍ର): Lingaraja ମନ୍ଦିର ଓ ଏକାମ୍ର କ୍ଷେତ୍ରର ପାରିପାର୍ଶିକ ଅଞ୍ଚଳର ବିକାଶ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିସହ ରାଜ୍ୟର ସମସ୍ତ ଆଧ୍ୟାତ୍ମିକ ସ୍ଥାନର ଉନ୍ନତିକରଣ ଲାଗି ଉଦ୍ୟମ ଜାରି ରହିବ। ତେବେ ପ୍ରଭୁ ଲିଙ୍ଗରାଜଙ୍କ କାର୍ଯ୍ୟରେ ଅର୍ଥ ବାଧକ ହେବନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗର ଯାତ୍ରା ଅବସରରେ ବୁଧବାର ପୁରୁଣା ଭୁବନେଶ୍ୱରସ୍ଥିତ Lingaraja ଭଜନ ମଣ୍ଡପଠାରେ ଆୟୋଜିତ ଭଜନ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରୀକ୍ଷେତ୍ର ପୁରୀ, ଅର୍କ କ୍ଷେତ୍ର କୋଣାର୍କ ଏବଂ ଏକାମ୍ର କ୍ଷେତ୍ର ଭୁବନେଶ୍ୱର ଭଳି ଆଧ୍ୟାତ୍ମିକ ପର୍ଯ୍ୟଟନ କ୍ଷେତ୍ରଗୁଡିକର ଉନ୍ନତି ଲାଗି ଆମେ ଲକ୍ଷ୍ୟ ରଖିଛୁ। ଏସବୁ କ୍ଷେତ୍ର ଗୁଡିକ ଆମର ଆଧ୍ୟାତ୍ମିକ ପରମ୍ପରାକୁ ବଜାୟ ରଖିବା ସହ ରାଜ୍ୟର ଅର୍ଥନୈତିକ ବୃଦ୍ଧିରେ ମଧ୍ୟ ଯୋଗଦାନ କରିଥାନ୍ତି। ତେବେ ଏଠାରେ ସ୍ଥାୟୀ ମଣ୍ଡପ ଲାଗି ଏଏସ୍‌ଆଇ ଠାରୁ ଅନୁମତି ମିଳିଲା ପରେ ସମସ୍ତ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସୁନାମଧନ୍ୟ କଣ୍ଠଶିଳ୍ପୀ ଅନୁରାଧା ପୋଡ଼ୱାଲ,ଉଷା ଉଥୁପ୍‌ଙ୍କ ସମେତ ସମସ୍ତ କଳାକାର ଓ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏଥିସହ ସେ ପ୍ରଭୁ Lingaraja ଓ ମହାଦୀପ ଦର୍ଶନ କରିଥିଲେ।
ଏକାମ୍ର ସାଂସ୍କୃତିକ ମଞ୍ଚ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଏକାମ୍ର ବିଧାୟକ ବାବୁ ସିଂହ, ମେୟର ସୁଲୋଚନା ଦାସ ପ୍ରମୁଖ ପ୍ରଭୁ ଲିଙ୍ଗରାଜଙ୍କ ପାଖରେ ସମସ୍ତଙ୍କର ମଙ୍ଗଳ କାମନା କରିଥିଲେ। ଏଥିସହ ଏକାମ୍ର ସାଂସ୍କୃତିକ ମଞ୍ଚର ସଭାପତି ସୁରେଶ ରାଉତରାୟ, ଉପସଭାପତି ସମୀର ମହାନ୍ତି, ସମ୍ପାଦକ ସନତ୍‌ ମିଶ୍ର, ଆଇଏମ୍‌ଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର, ଭାଜପା ଜଗନ୍ନାଥ ପ୍ରଧାନ ଓ କର୍ପୋରେଟର ବୃନ୍ଦ ନିଜ ବକ୍ତବ୍ୟ ରଖିଥିଲେ। ଏହାପରେ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri