ଆଶଙ୍କାରେ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ପୁରୁଣା ଭୁବନେଶ୍ୱର,୪ା୩(ଡି.ଏନ୍‌.ଏ.): ପ୍ରତିବର୍ଷ ମହାଶିବରାତ୍ରି ପରେ ଅମାବାସ୍ୟା ଯିବାର ପ୍ରଥମ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥାଏ। କପିଳେଶ୍ୱର ମନ୍ଦିରରେ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ଯାତ୍ରା ୭ବର୍ଷ ହେବ ବନ୍ଦ ରହିଛି। ଚଳିତ ବର୍ଷ ଏହି ଯାତ୍ରାକୁ ପୁନଃ ଆରମ୍ଭ କରିବା ପାଇଁ ଗୁରୁବାର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସର୍କିିଟ ହାଉସ୍‌ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ସମେତ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ, ବିଏମ୍‌ସି ଅଧିକାରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ବହୁ ବିଚାରବିମର୍ଶ ପରେ ଏହି ସମସ୍ୟାର ସମାଧାନ ହୋଇପାରି ନ ଥିଲା। ଫଳରେ ଜିଲାପାଳ ମହାପାତ୍ର ବିରକ୍ତି ପ୍ରକାଶ କରି ବୈଠକକୁ ବାତିଲ କରିଥିଲେ। ଫଳରେ ଚଳିତ ବର୍ଷ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ହେବାନେଇ ପୁଣି ଆଶଙ୍କା ଦେଖାଦେଇଛି। ଏ ସମ୍ପର୍କରେ ଆଇନଜୀବୀ ବିଶ୍ୱନାରାୟଣ ନାୟକ କହିଛନ୍ତି, ହାଣ୍ଡିଭଙ୍ଗା ଯାତ୍ରା ସମ୍ପର୍କରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପ୍ରଶାସନ କିମ୍ବା ସେବାୟତ ଭ୍ରୂକ୍ଷେପ ନ କରିବାରୁ ଏଭଳି ପରିସ୍ଥିତି ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri