ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଆଜି ବାହୁଡ଼ା

ପୁରୁଣା ଭୁବନେଶ୍ୱର,୨।୪(ଡି.ଏନ୍‌.ଏ.): ରବିବାର ଶ୍ରୀଲିଙ୍ଗରରାଜଙ୍କ ବାହୁଡ଼ା ଯାତ୍ରା। ଭଉଣୀ ମା’ ରୁକୁଣା ଦେବୀ ପ୍ରଭୁ ଦୋଳଗୋବିନ୍ଦଙ୍କ ସାଙ୍ଗରେ ଧରି ଶ୍ରୀ ଲିଙ୍ଗରାଜ ରୁକୁଣା ରଥଯାତ୍ରାରେ ମାଉସୀ ଘର ତଥା ରାମେଶ୍ୱର ମନ୍ଦିରରେ ଅବସ୍ଥାନ କରିଥିଲେ। ତେବେ ଶୁକ୍ରବାର ମା’ ପାର୍ବତୀ ଅଭିମାନ କରି ଠାକୁରଙ୍କ ରଥ ଭାଙ୍ଗିଥିବା ବେଳେ ଶନିବାର ସୁଦ୍ଧା ସମସ୍ତ ପାରମ୍ପରିକ ରୀତିନୀତି ସମ୍ପନ୍ନ ହୋଇଯାଇଛି। ତେବେ ଶ୍ରୀ ଲିଙ୍ଗରାଜ ପ୍ରାୟ ୫ଦିନ ପରେ ରାମେଶ୍ୱର ମନ୍ଦିରରୁ ବାହୁଡ଼ା ଯାତ୍ରାରେ ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ଏ ନେଇ ରାମେଶ୍ୱରଠାରେ ଶନିବାର ରୁକୁଣା ରଥରେ ଥିବା ସିଂହାସନ ସବୁ ପରିବର୍ତ୍ତନ କରାଯାଇଛି। ଭୋରରୁ ସମସ୍ତ ରୀତିନୀତି ସମାପନ ପରେ ଅପରାହ୍ନ ପ୍ରାୟ ୩ଟା ୩୦ରେ ରଥଟଣା ଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ସେବାୟତ ସଂଘ ସହ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ଶାନ୍ତିଶୃଙ୍ଖଳାରେ ନୀତି ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri