ଗାଁ ରାସ୍ତା ପାଇଁ ବିଡ଼ିଓଙ୍କୁ ଭେଟିଲେ ଡାକ୍ତରୀ ଛାତ୍ରୀ ଲିନ୍‌ସା

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ର ଡାକ୍ତରୀ ଛାତ୍ରୀ ଲୀନ୍ସା ପ୍ରଧାନ ମଙ୍ଗଳବାର ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ରଙ୍କୁ ଭେଟିଛନ୍ତି। ଏହି ସମୟରେ ଲିନ୍‌ସାଙ୍କ ସହ ତାଙ୍କ ଗ୍ରାମର ଅନ୍ୟ ଭଦ୍ର ଲୋକ ଉପସ୍ଥିତ ଥିଲେ। ସେ ନିଜ ଗାଁ ଉକ୍ତ ପଞ୍ଚାୟତ ଗର୍ଜେଡି ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣ ଓ ଆବଶ୍ୟକ କଲଭେଟ ନିର୍ମାଣ କରିବାକୁ ଲିଖିତ ଭାବେ ନିବେଦନ କରିଛନ୍ତି। ପୂର୍ତ୍ତ ବିଭାଗ ରାସ୍ତାର ପଦ୍ମପଲିଠାରୁ ଗର୍ଜେଡିକୁ ପକ୍କା ରାସ୍ତା ନିର୍ମାଣ କରାଯିବାକୁ ଦାବି କରିଛନ୍ତି। ବିଡ଼ିଓ ମଧ୍ୟ ଏଥିରେ ସହମତି ପ୍ରକାଶ କରିବା ସହ ଶୀଘ୍ର ରାସ୍ତା କାର୍ଯ୍ୟ ଆରମ୍ଭ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ପଞ୍ଚାୟତ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ପାତ୍ରଙ୍କୁ ମଧ୍ୟ ଲିନ୍‌ସା ଦେଖାକରି ଗାଁ ସମସ୍ୟା ସମ୍ପର୍କରେ ଅବଗତ କରାଇଛନ୍ତି।

ପ୍ରକାଶ ଯେ, ଲିନ୍‌ସା ଡାକ୍ତରୀ ପଢିବା ପାଇଁ ନିଟ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଛନ୍ତି। ଓଡିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସହ ଲିନ୍‌ସାଙ୍କ ଏକ ସାକ୍ଷାତରେ ଉପ ନିଜ ଗ୍ରାମ ସମ୍ପର୍କରେ ପଚାରି ବୁଝିଥିଲେ। ସେହି ସମୟରେ ଲିନ୍‌ସା ଉପମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ଗ୍ରାମ ଗର୍ଜେଡିକୁ ପକ୍କା ରାସ୍ତା ନିର୍ମାଣ ପାଇଁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri