ମେସିଙ୍କ ଗସ୍ତକୁ ନେଇ ଅସହଜ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା; କହିଲେ ଅଯଥା ଖର୍ଚ୍ଚ ହେଲା “କୋଟି କୋଟି ଟଙ୍କା…”

ନୂଆଦିଲ୍ଲୀ,୧୫ା୧୨: ଭାରତର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା ଆର୍ଜେଣ୍ଟିନାର ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ନିକଟରେ ଶେଷ ହୋଇଥିବା ଭାରତ ଗସ୍ତର ପରିଚାଳନା ଶୈଳୀକୁ ନେଇ “ଅସହଜ” ଅନୁଭବ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, କୋଟି କୋଟି ଟଙ୍କା କେବଳ “କିଛି ମୁହୂର୍ତ୍ତର ନିକଟତା, ଫଟୋଗ୍ରାଫ୍ ଏବଂ କ୍ଷଣିକ ମୁହୂର୍ତ୍ତ” ପାଇଁ ଖର୍ଚ୍ଚ ହୋଇଛି, ଯାହାକି ଭାରତରେ କ୍ରୀଡ଼ାର ବିକାଶ ପାଇଁ ଏବଂ ତୃଣମୂଳ ସ୍ତରରେ ଖର୍ଚ୍ଚ ହୋଇ ପାରିଥାନ୍ତା।

ମେସିଙ୍କ ଗସ୍ତ ଆରମ୍ଭରୁ ହିଁ ବିବାଦୀୟ ରହିଥିଲା, ବିଶେଷ କରି କୋଲକାତାରେ ଦର୍ଶକଙ୍କୁ ମେସିଙ୍କ ସ୍ପଷ୍ଟ ଝଲକ ଦେଖିବାର ସୁଯୋଗ ମିଳି ନ ଥିଲା ଏବଂ ଅବ୍ୟବସ୍ଥା ପାଇଁ ପ୍ରଶଂସକମାନେ ଅସନ୍ତୁଷ୍ଟ ହୋଇଥିଲେ। (ହାଇଦ୍ରାବାଦ୍ ଓ ମୁମ୍ବାଇରେ କାର୍ଯ୍ୟକ୍ରମ ସୁରୁଖୁରୁରେ ହୋଇଥିଲା।)

ବିନ୍ଦ୍ରା ସୋସିଆଲ ମିଡିଆ’ରେ ପ୍ରକାଶ କରିଛନ୍ତି ଯେ, “କୋଟି କୋଟି ଟଙ୍କା କିମ୍ବଦନ୍ତୀଙ୍କ ସହ କିଛି ମୁହୂର୍ତ୍ତର ନିକଟତା, ଫଟୋଗ୍ରାଫ୍ ପାଇଁ ଖର୍ଚ୍ଚ କରାଯାଇଛି।” ସେ ଦୁଃଖ ପ୍ରକାଶ କରି କହିଛନ୍ତି ଯେ, ଏହି ଅର୍ଥର ଏକ କ୍ଷୁଦ୍ର ଅଂଶକୁ ମଧ୍ୟ ଯଦି ଦେଶରେ ଖେଳ ପଡ଼ିଆ, ପ୍ରଶିକ୍ଷକ ଏବଂ କ୍ରୀଡ଼ାର ମୂଳଦୁଆକୁ ମଜବୁତ କରିବା ପାଇଁ ବିନିଯୋଗ କରାଯାଇଥାନ୍ତା, ତେବେ ଏହା ବଡ଼ ସମ୍ଭାବନା ସୃଷ୍ଟି କରିଥାନ୍ତା।

ବିନ୍ଦ୍ରା କହିଛନ୍ତି, “ସମାଜ ଭାବରେ ଆମେ କ’ଣ କ୍ରୀଡ଼ା ସଂସ୍କୃତି ନିର୍ମାଣ କରୁଛୁ କି କେବଳ ଦୂରରେ ଥିବା ବ୍ୟକ୍ତିବିଶେଷଙ୍କୁ ପାଳନ କରୁଛୁ?”

ସେ ଆହୁରି ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ସେ ମେସିଙ୍କୁ କୌଣସି ପ୍ରକାରେ ଦୋଷ ଦେଉ ନାହାଁନ୍ତି ଏବଂ ଜଣେ ଆଇକନ୍ ଭାବରେ ତାଙ୍କ ପ୍ରତି ସମ୍ମାନ ରହିଛି। ତେବେ ଦେଶରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ଅଧିକ ଧ୍ୟାନ ଦେବାକୁ ସେ ଆହ୍ୱାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri