ନନ୍ଦନକାନନରେ କମିଲା ସିଂହ ସଂଖ୍ୟା: ଶନିବାର ମା’ ହୋଇଥିଲା ରେଓ୍ବା, ହେଲେ ଆଜି…

ଭୁବନେଶ୍ୱର,୨୭ା୧: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ଗତ ୨୫ ଶନିବାରରେ ରେଓ୍ବା ୩ୟ ଥର ପାଇଁ ମାତୃତ୍ୱ ଲାଭ କରିଥିଲା। ତେବେ ରେଓ୍ବାର ମୃତ୍ୟୁ ପରେ ନନ୍ଦନକାନନରେ ଏବେ ସିଂହ ସଂଖ୍ୟା କମି ୨୩ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶରୁ ଆସିଥିବା ଏସୀୟ ସିଂହୀ ରେଓ୍ବା ତା’ର ତୃତୀୟ ଗର୍ଭରୁ ନନ୍ଦନକାନନରେ ଶନିବାର ୩ ଛୁଆ ଜନ୍ମ ଦେଇଥିଲା। ସେ ରହୁଥିବା ଫିଡିଂ ଚାମ୍ବରରେ ସକାଳ ୯ଟା ୩୩ରେ ପ୍ରଥମ ଛୁଆ ଜନ୍ମ କରିଥିଲା। କିନ୍ତୁ, ଦୁର୍ଭାଗ୍ୟବଶତଃ ପ୍ରଥମ ଛୁଆଟି ମୃତଛୁଆ ଜନ୍ମ ହୋଇଥିଲା। ସାଢ଼େ୯ଟାରୁ ୩ଟା ୪୫, ପ୍ରାୟ ୬ ଘଣ୍ଟା ପର୍ଯ୍ୟନ୍ତ ରେଓ୍ବା ଆଉ ପ୍ରସବ କରିନଥିଲା। ଏହା ଜାଣିବା ପରେ ପରବର୍ତ୍ତୀ ସୁଗମ ପ୍ରସବ ପାଇଁ ରଓ୍ବୋକୁ ୩ଟା ୪୫ରେ ଅକ୍ସିଟୋସିନ ଦିଆଯାଉଥିଲା। ଏହାପରେ ୩ଟା ୫୮ରେ ଆଉ ଗୋଟିଏ ଛୁଆ ଜନ୍ମ କରିଥିଲା। ପରେ ପ୍ରାୟ ୨ଘଣ୍ଟା ପରେ ୫ଟା ୫୬ରେ ତୃତୀୟ ଛୁଆଟିକୁ ଜନ୍ମ ଦେଇଥିଲା।

ତେବେ ପଛରେ ଜନ୍ମ ହୋଇଥିବା ୨ଟିଯାକ ଛୁଆକୁ ରେୱା ଆଦରି ନ ଥିଲା। ଫଳରେ ଉଭୟ ନବଜାତ ଜୀବିତ ୨ଟି ଛୁଆକୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ହ୍ୟାଣ୍ଡ ରିଅରିଂ ସେଣ୍ଟର୍କୁ ଆଣି ଯତ୍ନ ନିଆଯାଇଥିଲା। ସେଠାରେ ତାଙ୍କୁ ଆଇସିୟୁରେ ରଖାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ୨୦୨୦ ଡିସେମ୍ବର ୨୦ରେ ୮ ବର୍ଷୀୟା ସିଂହୀ ରେୱାକୁ ମଧ୍ୟପ୍ରଦେଶର ଇନ୍ଦୋରସ୍ଥିତ କମଳା ନେହରୁ ପ୍ରାଣୀ ସଂଗ୍ରହାଳୟରୁ ନନ୍ଦନକାନନକୁ ଅଣାଯାଇଥିଲା। ପୂର୍ବରୁ ୨୦୨୨ରେ ସିଂହ ଜିତ୍‌ ସହ ରେୱାର ପ୍ରଥମ ମିଳନ କରାଯାଇଥିଲା। ଏଥିରେ ରେୱା ଗର୍ଭଧାରଣ କରିନଥିଲା। ପରେ ୨୦୨୩ ଜାନୁଆରୀରେ ୪ଟି ଛୁଆ ଜନ୍ମ ଦେଇଥିଲା।

ସେମାନଙ୍କ ମଧ୍ୟରୁ ଦ୍ୱିତୀୟ ଓ ତୃତୀୟ ଛୁଆଟି ଜୀବିତ ଜନ୍ମ ହୋଇଥିବା ବେଳେ ପ୍ରଥମ ଓ ଚତୁର୍ଥ ଛୁଆଟି ମୃତ ଜନ୍ମ ହୋଇଥିଲେ। ଜୀବିତ ଛୁଆ ଦୁହିଁକି ନ ଆଦରିବାରୁ ସେମାନଙ୍କୁ ବେବି ରିଅରିଂ ସେଣ୍ଟରରେ ରଖି ଲାଳନପାଳନ କରାଯାଇଥିଲା। ଏହାର ବର୍ଷେ ପରେ ମାର୍ଚ୍ଚ ୨୦୨୪ରେ ସେହି ଜିତ୍‌ ସହ ମିଳନ ଘଟାଇ ୩ଟି ଛୁଆ ଜନ୍ମ କରିଥିଲା। ସେମାନଙ୍କୁ ବି ସେ ସେତେବେଳେ ଆଦରି ନଥିଲା। ତାଙ୍କୁ ମଧ୍ୟ ଶିଶୁ ଲାଳନପାଳନ କେନ୍ଦ୍ରରେ ରଖି ପାଳିବାକୁ ପଡ଼ିଥିଲା। ଶନିବାର ଜନ୍ମ ହୋଇଥିବା ୨ ଜୀବିତ ଛୁଆଙ୍କ ମଧ୍ୟରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଅଛି। ଏମାନଙ୍କୁ ମିଶାଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସମୁଦାୟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା। ହେଲେ ଆଜି ରେୱା ମୃତ୍ୟୁ ପରେ ଏହି ସଂଖ୍ୟା ୨୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri