ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍ (ଓଡ଼ିଶା କ୍ରିକେଟ ଲିଗ୍) ମ୍ୟାଚରେ ଲାୟନ୍ସ ଓ ଜାଗୁଆର୍ସ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚରେ ଲାୟନ୍ସ ୪ ଉଇକେଟରେ ଓଡ଼ିଶା ପୁମାସକୁ ପରାସ୍ତ କରିଛି। ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ପୁମାସ ୧୮ ଓଭରରେ ୯ ଉଇକେଟ ହରାଇ ୧୩୦ ରନ କରିଥିଲା। ଦଳ ପକ୍ଷରୁ ରାକେଶ ପଟ୍ଟନାୟକ ସର୍ବାଧିକ ୪୪ ରନ କରିଥିବାବେଳେ ବିପକ୍ଷ ଦଳର ପ୍ରଦୀପ ପ୍ରଧାନ ୪ଟି ଓ ରିତେଶ ପ୍ରିୟରଞ୍ଜନ ୩ଟି ଉଇକେଟ ନେଇଥିଲେ। ଜବାବରେ ଓଡ଼ିଶା ଲାୟନ୍ସ ୧୭.୨ ଓଭରରେ ୬ ଉଇକେଟ ହରାଇ ୧୩୫ ରନ ସଂଗ୍ରହ କରି ନେଇଥିଲା। ବିପ୍ଳବ ସାମନ୍ତରାୟ ୩୬ ଓ ଅମିନ ଖାଁ ୩୫ ରନ କରିଥିଲେ। ପ୍ଲେୟର ଅଫ୍ ଦି ମ୍ୟାଚ ପ୍ରଦୀପ ପ୍ରଧାନ ଓସିଏ ସଦସ୍ୟ ତଡ଼ିତ କୁମାର ରାଉତଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ଦ୍ୱିତୀୟ ମ୍ୟାଚରେ ଜାଗୁଆର୍ସ ୮ ଉଇକେଟରେ ଓଡ଼ିଶା ଟାଇଗର୍ସକୁ ହରାଇ ଦେଇଛି। ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟାଇଗର୍ସ ୧୭.୧ ଓଭରରେ ମାତ୍ର ୫୭ ରନକରି ଅଲ୍ଆଉଟ ହୋଇ ଯାଇଥିଲା। ବିପକ୍ଷ ଦଳର ପ୍ରଶାନ୍ତ ଠାକ୍କର ୩ଟି ଏବଂ ପପୁ ରାୟ ଓ ସୟଦ ଜାକି ୨ଟି ଲେଖାଏ ଉଇକେଟ ନେଇ ଟାଇଗର୍ସ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ୫୮ ରନ ବିଜୟ ଲକ୍ଷ୍ୟକୁ ଓଡ଼ିଶା ଜାଗୁଆର୍ସ ମାତ୍ର ୨ ଉଇକେଟ ହରାଇ ୮.୪ ଓଭରରେ ହାସଲ କରି ନେଇଥିଲା। ଶ୍ରେୟାଂଶ ଭରଦ୍ୱାଜ ୨୪ ରନକରି ଅପରାଜିତ ରହିଥିଲେ। ପରାଜିତ ଦଳର ବି. ଶିବା ୨ଟି ଯାକ ଉଇକେଟ ନେଇଥିଲେ। ପ୍ରଶାନ୍ତ ଠକ୍କର ପ୍ଲେୟର ଅଫ୍ ଦି ମ୍ୟାଚ ବିବେଚିତ ହୋଇଥିଲେ। ଓସିଏ ସଦସ୍ୟ ଦୁଲାଲ ଚନ୍ଦ୍ର ପ୍ରଧାନ ତାଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
Archives


