ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE) ଘୋଷଣା କରିଛନ୍ତି । ବରଗଡ ଉପଖଣ୍ଡ ପାଇଁ ଆଇନଜୀବୀ ଲିପସିତ୍ ମିଶ୍ର ଏବଂ ପଦ୍ମପୁର ଉପଖଣ୍ଡ ପାଇଁ ପୂର୍ବତନ ନଗରପାଳ ପ୍ରୀତମ ମେହେରଙ୍କୁ ସେ ନିଜର ପ୍ରତିନିଧିଭାବେ ମନୋନିତ କରି ବରଗଡ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଅବଗତ କରିଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ଯ, ଲିପସିତ୍ ମିଶ୍ର ପୂର୍ବରୁ ମଧ୍ଯ ପୂର୍ବତନ ସାଂସଦ ତଥା ବର୍ତ୍ତମାନର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବରଗଡ ପୌର ପରିଷଦ ପ୍ରତିନିଧି ଭାବରେ ଦାୟିତ୍ବ ନିର୍ବାହ କରିଥିଲେ। ତେବେ ସେ ପୁନର୍ବାର MP NOMINEE ମନୋନୀତ ହେବା ପରେ ବରଗଡ଼ ଲୋକସଭା ସାଂସଦଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଆଗାମୀ ଦିନରେ ସରକାରଙ୍କ ସମସ୍ତ ଜନ ହିତକର କାର୍ଯ୍ଯର ସୁଫଳ ଲୋକଙ୍କ ପାଖକୁ ପହଞ୍ଚାଇବାରେ ଯତ୍ନବାନ ହେବା ଏବଂ ସାଂସଦଙ୍କ ଆଞ୍ଚଳିକ ଉନ୍ନୟନ ପାଣ୍ଠିର ସୁବିନିଯୋଗ ଉପରେ ଅଧିକ ଗୁରୁତ୍ବ ପ୍ରଦାନ କରାଯିବ ବୋଲି ଲିପସିତ୍ କହିଛନ୍ତି।। ଜନସାଧାରଣଙ୍କ ସମସ୍ତ ଛୋଟବଡ ସମସ୍ୟା ଗୁଡିକୁ ସାଂସଦଙ୍କ ଦୃଷ୍ଟିକୁ ଆଣି ପ୍ରଶାସନ ସହିତ ସମନ୍ବୟ ରକ୍ଷା କରି ତାର ସମାଧାନ କରିବାକୁ ପ୍ରାଧାନ୍ୟ ଦିଆଯିବ ବୋଲି ଉଭୟେ ପ୍ରକାଶ କରିଛନ୍ତି। MP NOMINEE ନିଯୁକ୍ତ ହେବା ପରେ ଲିପସିତ୍ ଏବଂ ପ୍ରୀତମ ମଙ୍ଗଳବାର ଜିଲାପାଳ ଗୋୟଲଙ୍କୁ ଭେଟିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri