Posted inଜାତୀୟ

କେଜ୍‌ରିଓ୍ବାଲ୍‌ଙ୍କ ତତ୍ତ୍ୱାବଧାନରେ ମଦ ଦୁର୍ନୀତି ହୋଇଛି: ଗୌରବ ଭାଟ୍ଟିଆ

ନୂଆଦିଲ୍ଲୀ,୪।୧୦: ଆମ ଆଦ୍‌ମୀ ପାର୍ଟୀ(ଏଏପି) ନେତା ସଞ୍ଜୟ ସିଂ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢାଉ କରିଛି। ଏହି ଚଢାଉ ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ରହିଛି। ଭାଜପା ଏହି ଚଢାଉକୁ ନେଇ ମତ ରଖିଛି। ଭାଜପା ପ୍ରବକ୍ତା ଗୌରବ ଭାଟ୍ଟିଆ କହିଛନ୍ତି ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ତତ୍ତ୍ୱାବଧାନରେ ଏହି ମଦ ଦୁର୍ନୀତି କରାଯାଇଛି। ଯେଉଁମାନେ ସରକାର ସାକ୍ଷୀ ହୋଇଥିଲେ, ସେମାନେ ମଧ୍ୟ ଏହାକୁ ସ୍ବୀକାର କରିଛନ୍ତି।
ଭାଜପା ମୁଖପାତ୍ର କହିଚନ୍ତି, ଅରବିନ୍ଦ କେଜ୍‌ରିୱାଲଙ୍କ ତତ୍ତ୍ୱାବଧାନରେ ଏହା କରାଯାଇଥିବା ମଦ ଦୁର୍ନୀତି ବିଷୟରେ ଜନସାଧାରଣ ଜାଣିଛନ୍ତି। ଅଭିଯୁକ୍ତ ଦୀନେଶ ଆରୋରା ସ୍ବୀକାର କରିଛନ୍ତି ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବୈଠକଗୁଡ଼ିକ ଅନୁଷ୍ଠିତ ହେଉଥିଲା। ଅରବିନ୍ଦ କେଜ୍ରିୱାଲଙ୍କ ନିର୍ଦ୍ଦେଶରେ ସଞ୍ଜୟ ସିଂ ପାର୍ଟି ପାଣ୍ଠିକୁ ୩୨ ଲକ୍ଷ ଟଙ୍କା ଦାନ କରିବେ ବୋଲି ପ୍ରତିଶୃତି ଦେଇଥିଲେ। ମୁଖ୍ୟମନ୍ତ୍ରୀ ବାସଭବନରେ ବସିଥିବା ବେଳେ ଜଣେ ଏମ୍‌ପି ଚେକ ମାଧ୍ୟମରେ ୩୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାର ଚର୍ଚ୍ଚା ହେଉଛି।
ଭାଟିଆ ଆହୁରି ମଧ୍ୟ କହିଛନ୍ତି ଯେ, ଅରବିନ୍ଦ କେଜ୍‌ରିୱାଲଙ୍କ ନିର୍ଦ୍ଦେଶରେ ଜଣେ ଏମ୍‌ପି ଟଙ୍କା ମାଗୁଛନ୍ତି। ଏହା ଅତ୍ୟନ୍ତ ଚିନ୍ତାଜନକ ବିଷୟ। ଚିନ୍ତାଜନକ ବିଷୟ ହେଉଛି ଏହି ଲୋକମାନେ ନିଜକୁ ସାଧାରଣ ଲୋକ ବୋଲି କୁହନ୍ତି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ସଞ୍ଜୟ ସିଂଙ୍କୁ କେଜ୍‌ରିୱାଲଙ୍କ ଡାହାଣ ଓ ବାମ ହାତ ଗତ ସାଢେ ସାତ ମାସ ଧରି ଡାହାଣ ହାତ ଜେଲରେ ଥିବାବେଳେ ବାମ ହାତ ଆଜି ଚଢାଉ ପରେ ନର୍ଭସ ହେବାରେ ଲାଗିଛି। ଅରବିନ୍ଦ କେଜ୍‌ରିୱାଲଙ୍କୁ ସେ କରିଥିବା ଦୁର୍ନୀତିରୁ କେହି ରକ୍ଷା କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri