ମଦମୁକ୍ତ ପଞ୍ଚାୟତ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଆନନ୍ଦପୁର,୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ବୁଢ଼ୀକୁଦ ପଞ୍ଚାୟତର ମହିଳାମାନେ ପଞ୍ଚାୟତକୁ ମଦମୁକ୍ତ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। ପଞ୍ଚାୟତର ଟଭାକୁଦ, ବୁଢ଼ୀକୁଦ ଏବଂ ସନ୍ତୋଷପୁର ଗ୍ରାମର ଶତାଧିକ ମିଶନଶକ୍ତିର ମହିଳାଙ୍କ ଆହ୍ବାନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜସେବୀ ରବୀନ୍ଦ୍ର କୁମାର ସ୍ବାଇଁଙ୍କ ସଂଯୋଜନାରେ ଆୟୋଜିତ ବୈଠକରେ ବୁଢ଼ୀକୁଦ ପଞ୍ଚାୟତର ସରପଞ୍ଚ ପ୍ରଫୁଲ୍ଲ ମହାରଣା, ସମିତିସଭ୍ୟ କୁଳମଣି ନାଇକ, ପଞ୍ଚାୟତର ବିଜେଡି ସଭାପତି ରବୀନ୍ଦ୍ର ମହାନ୍ତି, ବଳରାମ ନାଇକ, ଗଣେଶ ନାଇକ, ଲକ୍ଷ୍ମୀଧର ମହାକୁଡ଼, ସନାତନ ପାତ୍ରଙ୍କ ସମେତ ବିଭିନ୍ନ ଓ୍ବାର୍ଡର ସଭ୍ୟ ଉପସ୍ଥିତ ରହି ମହିଳାମାନଙ୍କ ସହିତ ମଦ ବିରୋଧୀ ଆନ୍ଦୋଳନର ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ମହିଳାମାନେ ବିଭିନ୍ନ ଅଞ୍ଚଳ ପରିକ୍ରମା କରି ମଦ କୁ ନା ସଚେତନତା ବାର୍ତ୍ତା ଦେବା ପରେ ଆୟୋଜିତ ବୈଠକରେ ଆଲୋଚନା କରିଥିଲେ। ପଞ୍ଚାୟତର ପ୍ରତି ଗାଁରେ ଗୋଟିଏ ଗୋଟିଏ କମିଟି କରି ନିଜର କାର୍ଯ୍ୟପନ୍ଥା ଧାର୍ଯ୍ୟ କରିଥିଲେ।

ଦେଶୀ ମଦ ପିଇ ଗୋଟିଏ ବର୍ଷ ମଧ୍ୟରେ ବୁଢ଼ୀକୁଦ ପଞ୍ଚାୟତରୁ ୧୦ରୁ ଊର୍ଦ୍ଧ୍ୱ କିଡ୍‌ନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁମୁଖରେ ପଡ଼ିବା ଘଟଣା ଆଲୋଚନା ପରିସରକୁ ଆସିଥିଲା। ମଦ ପାଇଁ ପାରିବାରିକ ହିଂସା ବୃଦ୍ଧି, ଲୋକମାନଙ୍କର ଆର୍ଥିକ ମାନଦଣ୍ଡ ହ୍ରାସ, କମ୍‌ ବୟସର ପିଲାମାନେ ଅବାଟକୁ ଯିବା ଭଳି ଘଟଣାକୁ ନେଇ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନକୁ ଜୋରଦାର କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ଅବସରରେ ବିଭିନ୍ନ ସ୍ଥାନରୁ ମଦ ରନ୍ଧା ସାମଗ୍ରୀ ଓ ଚୋରା ଦେଶୀ ମଦକୁ ମହିଳାମାନେ ନଷ୍ଟ କରିଥିଲେ। ଆନନ୍ଦପୁର ସଦରମହକୁମାଠାରୁ ଉକ୍ତ ପଞ୍ଚାୟତଟି ୩୦ କିମି ଦୂର ହୋଇଥିବାରୁ ଅବକାରୀ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ଉପସ୍ଥିତ ମହିଳାମାନେ ପ୍ରକାଶ କରିଥିଲେ। ଆଗାମୀ ଦିନରେ ପଞ୍ଚାୟତରୁ ମଦ ମୂଳପୋଛ ପାଇଁ ଅବକାରୀ ବିଭାଗ କର୍ତ୍ତୃପକ୍ଷଙ୍କ ନିକଟରେ ହାଜର ହେବେ ବୋଲି ମହିଳାମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri