ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଟଙ୍କାରେ ମଦ ବିକିବା ପଡ଼ିଲା ମହାଙ୍ଗା

ଯୋଡ଼ା,୨୧ା୧୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଦୁଇଗୋଟି ସରକାରୀ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଟଙ୍କା ନେବା ମହାଙ୍ଗା ପଡ଼ିଛି। ଅଭିଯୋଗ ପରେ ଯୋଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇ ୨ ମଦ ଦୋକାନ ସିଲ୍‌ କରାଯାଇଛି। ପୂର୍ବାହ୍ନ ପ୍ରାୟ ୧୧ଘଟିକା ସମୟରେ ବଡ଼ବିଲ ତହସିଲଦାର ଡିଏସ୍‌ ଶୁଭଦର୍ଶୀ ଯୋଶୀଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଥିଲା।
ଅନୁଯାୟୀ, ଯୋଡ଼ା ସହର ଉପକଣ୍ଠ ରଣାଶାଳ ଘାଟି ରାଜପଥ ନିକଟ ଓ ଧରଣୀଧର ଛକ ନିକଟରେ ଥିବା ମଦ ଦୋକାନରେ ଧାର୍ଯ୍ୟ ମୂଲ୍ୟଠାରୁ ୧୦ ରୁ ୩୦ଟଙ୍କା ପର୍ଯ୍ୟନ୍ତ ଅଧିକ ନିଆଯାଉଥିଲା। ଏଥିରେ ଆପତ୍ତି କଲେ ଦୋକାନରେ ଥିବା କର୍ମଚାରୀମାନେ ଧମକ ଦେଉଥିଲେ। ଅଭିଯୋଗ ପରେ ଯୋଡ଼ା ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉ କରିଥିଲା। ଅବକାରୀ ବିଭାଗ ଭାରପ୍ରାପ୍ତ ଅଧିକାରୀ ଗୋବିନ୍ଦ ନାଏକ କହିଛନ୍ତି, ରଣାଶାଳ ଘାଟି ନିକଟରେ ଥିବା ମଦ ଦୋକାନକୁ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ଜରିମାନା
କରିବା ପାଇଁ ପ୍ରାରମ୍ଭିକ ସ୍ତରରେ ଆକଳନ କରାଯାଇଛି।

ଉଭୟ ଦୋକାନର ସମ୍ପୂର୍ଣ୍ଣ ତଥ୍ୟ ଆକଳନ କରି ସୂଚନା ଦିଆଯିବ ବୋଲି କହିଥିଲେ। ଯୋଡ଼ା, ବଡ଼ବିଲ ଅଞ୍ଚଳରେ କେତେକ ମଦ ବ୍ୟବସାୟୀ ନକଲି ମଦ ପ୍ରସ୍ତୁତ କରି ବିକ୍ରି କରୁଛନ୍ତି। ଏହାକୁ ବାରମ୍ବାର ଯାଞ୍ଚ କରାଯିବ ବୋଲି ଅବକାରୀ ଅଧିକାରୀ ନାଏକ ସୂଚନା ଦେଇଛନ୍ତି। ବେଆଇନ ଭାବେ ଗଚ୍ଛିତ ଥିବା ଏକ କୋଠରୀରୁ ୧୧ ପେଟି ମଦ ଜବତ କରାଯାଇଛି। ଏହାର ନମୁନା ଯାଞ୍ଚ ପାଇଁ ରାଜ୍ୟ ଏବଂ ରାଜ୍ୟ ବାହାରେ ଥିବା ପରୀକ୍ଷାଗାରକୁ ପଠାଯିବ। ଏ ନେଇ ଯୋଡ଼ା ଥାନାରେ ଦୁଇଟି ମାମଲା ରୁଜୁ ହୋଇ ଥିବା ଥାନା ଅଧିକାରୀ ଜୟ ନାରାୟଣ ଖଣ୍ଡେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri