ବଢ଼ିଚାଲିଛି ଚୋରା ମଦ କାରବାର

ବ୍ରହ୍ମବରଦା,୨୪ା୩(ଡି.ଏନ୍‌.ଏ.): ବ୍ରହ୍ମବରଦା ଥାନା ଅଞ୍ଚଳର ବହୁ ଗ୍ରାମରେ ବେଧଡ଼କ ଭାବେ ଚାଲିଛି ଚୋରା ମଦ କାରବାର। ବିଶେଷକରି ବ୍ରହ୍ମବରଦା ପଞ୍ଚାୟତରେ ୨ ସରକାରୀ ମଦ ଦୋକାନ ଥିବା ସତ୍ତ୍ୱେ ଚୋରା ମଦ ବେପାର ଓ ନିଶା କାରବାର ସହ ମଦ୍ୟପଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଦିନ ଦ୍ୱିପ୍ରହରରେ ବରୁଆଁ-ବାଲିଚନ୍ଦ୍ରପୁର ମୁଖ୍ୟରାସ୍ତାରେ ମଦ୍ୟପଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଲାଣି। ଫଳରେ ସ୍କୁଲ୍‌, କଲେଜର ଛାତ୍ରୀଛାତ୍ରଙ୍କ ସହ ଉକ୍ତ ରାସ୍ତାରେ ଯାତାୟାତ କରୁଥିବା ଝିଅ, ବୋହୂ ତଥା ସାଧାରଣ ଲୋକ ମଦ୍ୟପଙ୍କ ଆକ୍ରୋଶର ଶିକାର ହେଉଛନ୍ତି। ଚୋରା ମଦ ବେପାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନରୁ ପେଟିପେଟି ମଦ କ୍ରୟ କରି ଆଣି ଗାଁଗୁଡ଼ିକରେ ଚଢ଼ା ଦରରେ ମଦ ବିକ୍ରି କରୁଛନ୍ତି। ଚୋରାମଦ କାରବାର ବିଷୟରେ ଜାଣି ମଧ୍ୟ ପୋଲିସ ଓ ପ୍ରଶାସନ ନିଦବିଷ୍ଣୁ ସାଜିଛି। ମଦ୍ୟପଙ୍କ ପ୍ରାଦୁର୍ଭାବରୁ ସାମାଜିକ ଚଳଣି ବାଧାପ୍ରାପ୍ତ ହେବା ସହିତ କୋମଳମତି ପିଲାଙ୍କ ଉପରେ ଏହାର କୁପ୍ରବାହ ପଡୁଛି। ବିଭିନ୍ନ ସମୟରେ ଅତ୍ୟଧିକ ମଦ୍ୟପାନ କରି ଲୋକଙ୍କ ମୃତ୍ୟୁ ଘଟିଥିବା ଦେଖିବାକୁ ମିଳୁଛି। ସହଜରେ ଘରେଘରେ ଚୋରାମଦ ମିଳୁଥିବାରୁ ଛୋଟଛୋଟ ପିଲାମାନେ ମଧ୍ୟ କୌଣସି ଆନୁଷ୍ଠାନିକ କାର୍ଯ୍ୟ ହେଉ କିମ୍ବା ମେଳା ମଉଚ୍ଛୁକ ମଦ୍ୟ ପାନକୁ ଆପଣାଇ ବିପଦଗାମୀ ହେଉଛନ୍ତି ଏବଂ ଯୁବପିଢ଼ି ପଥଭ୍ରଷ୍ଟ ହେବାରେ ଲାଗୁଛନ୍ତି। ଚୋରା ମଦର କାରବାର ସହ ଜୁଆ ଖେଳକୁ ନେଇ ଏକାଧିକ ପରିବାରରେ ବିଶୃଙ୍ଖଳା ସୃଷ୍ଟି ହେଉଥିବା ଦେଖିବାକୁ ମିଳୁଛି। ସେହିପରି ସରକାରୀ ଦେଶୀ ମଦ ଦୋକାନ ବ୍ରହ୍ମବରଦା ହାଟ ତଥା ଶ୍ମଶାନ ଘାଟଠାରେ ସ୍ଥାପନ କରାଯାଇଛି। ପ୍ରତ୍ୟେକ ଦିନ ଶତାଧିକ ଲୋକେ ହାଟବଜାରଠୁ ଆରମ୍ଭ କରି ସାମଗ୍ରୀ ପାଇଁ ବ୍ରହ୍ମବାରଦା ଉପରେ ନିର୍ଭର କରୁଥିବାରୁ ଏହି ଦେଶୀ ମଦ ଦୋକାନ ପଥଚାରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ଦୋକାନ ପଛପଟେ ୧୦ରୁ ଊର୍ଦ୍ଧ୍ୱ ପରିବାର ରହୁଥିବାରୁ ସେମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ଜିଲା ପ୍ରଶାସନ ଓ ପୋଲିସ ଚୋରା ମଦ କାରବାର ବନ୍ଦ କରିବା ସହ ସରକାରୀ ଦେଶୀ ମଦ ଦୋକାନକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ଥାନା ଅଧିକାରୀ ଏସ୍‌. ଦାଶରଥି ପାତ୍ରଙ୍କୁ ପଚାରିବାରେ ସେ କହିଛନ୍ତି, ଚୋରାମଦ କାରବାର ସ୍ଥାନରେ ଅତର୍କିତ ଚଢ଼ାଉ କରାଯାଇ ବେପାରୀଙ୍କୁ ଗିରଫ କରାଯାଉଛି। ଆଗକୁ ଚଢ଼ାଉ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri