ଜଙ୍ଗଲରେ ପ୍ରସ୍ତୁତ ହେଉଥିଲା ଦେଶୀ ମଦ: ଅତର୍କିତ ଚଢ଼ାଉ କରି ମଦ ପୋଚ୍‌ ଜବତ, ୪ଜଣଙ୍କ ନାମରେ ମାମଲା

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ପ୍ରସ୍ତୁତ ହେଉଥିଲା ଅପମିଶ୍ରିତ ଦେଶୀ ମଦ। ପାଟ୍ରୋଲିଂ କରୁଥିବା ବେଳେ ଅତର୍କିତ ଚଢ଼ାଉ କରିଥିଲା ଦିଗପହଣ୍ଡି ପୋଲିସ। ଘଟଣାରେ ୮ ଶହ ଲିଟର ମହୁଆ ପୋଚ ଜବତ ହୋଇଥିବା ବେଳେ ୪ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତମାନେ ହେଲେ ତେଲିଆପଲ୍ଲୀ ଗ୍ରାମର ବଳରାମ ମଲ୍ଲିକ, ବୁଦ୍ଧିଆ ମଲ୍ଲିକ, ଏବଂ ଢେପାଗୁଡ଼ା ଗ୍ରାମର ଦେବରାଜ ମଲ୍ଲିକ ଏବଂ ରଞ୍ଜନ ମଲ୍ଲିକ।

ସୂଚନାନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ସଦଳବଳେ ଚୋରା ମଦ ଧରପଗଡ ପାଇଁ ପାଟ୍ରୋଲିଂ କରୁଥିବା ବେଳେ ଦିଗପହଣ୍ଡି ବ୍ଳକ କୋଟିନଡ଼ା ପଞ୍ଚାୟତ ତେଲିଆପଲ୍ଲୀ ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ଚୋରା ଅପମିଶ୍ରିତ ଦେଶୀମଦ ପ୍ରସ୍ତୁତ ହେଉଥିବା ଖବର ପାଇଥିଲେ। ପୋଲିସ ଟିମ ଅତର୍କିତ ଚଢାଉ କରିଥିଲା। ପୋଲିସକୁ ଦେଖି ମଦ ପ୍ରସ୍ତୁତ କରୁଥିବା ଜଣେ ବ୍ୟକ୍ତି ଜଙ୍ଗଲ ମଧ୍ୟକୁ ଧାଇଁ ପଳାଇଥିଲେ। ତାଙ୍କୁ ଧରିବା ପାଇଁ ପୋଲିସ କର୍ମଚାରୀ ମାନେ ଉଦ୍ୟମ କରିଥଲେ ମଧ୍ୟ ସଫଳ ହୋଇ ନ ଥିଲେ। ପୋଲିସ ସେଠାରୁ ୨ ପ୍ଲାଷ୍ଟିକ ଡ୍ରମରେ ଥିବା ୪ ଶହ ଲିଟର ମହୁଆ ପୋଚ ଜବତ କରିଥିଲେ। ଘଟଣାସ୍ଥଳରେ ଜବତ ତାଲିକା ପ୍ରସ୍ତୁତ କରାଯିବା ପରେ ସେଗୁଡିକୁ ନଷ୍ଟ କରାଯାଇଥିଲା। ବଳରାମ ମଲ୍ଲିକ ଏବଂ ବୁଦ୍ଧିଆ ବିନା ଲାଇସେନ୍ସରେ ମଦକୁ ଅଧିକ ନିଶା ଯୁକ୍ତ କରିବା ନିମନ୍ତେ ରାଜ ପିଡ଼ିଆ, କେନ୍ଦୁପତ୍ର, ଜଙ୍ଗଲରୁ ସଂଗୃହିତ ବିଭିନ୍ନ ଗଛର ଚେରମୂଳି, ମହୁଲ ଗୁଡ଼ ପ୍ରଭୃତି ବ୍ୟବହାର କରି ଦେଶୀମଦ ପ୍ରସ୍ତୁତ କରୁଥିଲେ। ଏନେଇ ଏସ୍‌ଆଇ ଥାନାରେ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୨/୨୫ ଅନୁଯାୟୀ ଅଭିଯୁକ୍ତ ଦ୍ବୟଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ସେହିପରି ଢେପାଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ ପୋଲିସ ଟିମ ଚଢ଼ାଉ କରି ୨ ପ୍ଲାଷ୍ଟିକ ଡ୍ରମରେ ମହଜୁଦ ଥିବା ୪ ଶହ ଲିଟର ଅପମିଶ୍ରିତ ମଦପୋଚ ଜବତ କରିଛନ୍ତି। ଏହି ମଦ ପ୍ରସ୍ତୁତିରେ ସମ୍ପୃକ୍ତ ଥିବା ଢେପାଗୁଡ଼ା ଗ୍ରାମର ଦେବରାଜ ମଲ୍ଲିକ ଏବଂ ରଞ୍ଜନ ମଲ୍ଲିକଙ୍କ ନାଁରେ ଥାନା ମାମଲା ନଂ.୧୭୩/୨୪ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଛି। ଖୁବ ଶୀଘ୍ର ଫେରାର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଭାରପ୍ରାପ୍ତ ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri