ପାଟ୍ରୋଲିଂ ବେଳେ ଅବକାରୀ ହାତରେ ଧରାପଡ଼ିଲେ, ମଦ ଜବତ ପରେ ଅଭିଯୁକ୍ତ… 

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ଶ୍ୟାମ ସୁନ୍ଦର ପଲ୍ଲୀ ଗ୍ରାମ ଉପର ସାହିର ଋଷିଆ ମଲ୍ଲିକଙ୍କୁ ବୁଧବାର ଦିଗପହଣ୍ଡି ଅବକାରୀ ଓଆଇସି ଅନୀତା ପ୍ରଧାନ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅବକାରୀ ମାମଲା ନଂ.୯୫/୨୫-୨୬ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁଯାୟୀ,ମଙ୍ଗଳବାର ସନ୍ଧ୍ୟାରେ ଅବକାରୀ ଓଆଇସି ସଦଳବଳେ କେ.ନୂଆଗାଁ ଥାନା ଅଧିନ ଶ୍ୟାମସୁନ୍ଦର ପଲ୍ଲୀ, ପାଳଝାଡି, ବଡ଼ପଦା, ଚଷା ନିମଖଣ୍ଡି ଗ୍ରାମ ଇଲାକାରେ ପାଟ୍ରୋଲିଂ କରୁଥିବା ବେଳେ ଶ୍ୟାମସୁନ୍ଦରପଲ୍ଲୀ ଗ୍ରାମ ରାସ୍ତାରେ ଅଭିଯୁକ୍ତ ସନ୍ଦେହଜନକ ଭାବେ ଏକ ଜରିବସ୍ତା ଧରି ଯାଉଥିଲେ। ଏହାଦେଖି ଅବକାରୀ କର୍ମଚାରୀ ତାଙ୍କୁ ଅଟକାଇ ଖାନତଲାସି କରିବାରୁ ସେଥିରେ ଏକ ପ୍ଲାଷ୍ଟିକ ଜାରକିନରେ ୨୦ ଲିଟର ଦେଶୀମଦ ଥିବା ଜଣାପଡିଥିଲା। ସାକ୍ଷ୍ୟ ମାନଙ୍କ ଉପସ୍ଥିତିରେ ଜବତ ମଦର ରସାୟନିକ ପରୀକ୍ଷା କରାଯାଇଥିଲା। ଅଭିଯୁକ୍ତ ଉକ୍ତ ମଦକୁ ବିକ୍ରୀ ନିମନ୍ତେ ନେଉଥିବା ସ୍ବୀକାର କରିବା ପରେ ତାଙ୍କୁ ଦିଗପହଣ୍ଡି ଅବକାରୀ କାର୍ଯ୍ୟାଳୟକୁ ଉଠାଇ ଅଣାଯାଇଥିଲା।ଏହି ଚଢାଉ ଧରପଗଡ ରେ ଅବକାରୀ ଏଏସଆଇ ଏନ. ତ୍ରିପତି , କନେଷ୍ଟବଳ ଏସକେ. ରାଜେଶ ଉଦ୍ଦିନ, ବଳରାମ ପାତ୍ର,ରାଜେଶ କୁମାର ଜେନା ପ୍ରମୁଖ ସାମିଲ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri