Posted inଗଜପତି

ନିୟମ ମାନୁନାହାନ୍ତି ରାୟଗଡ଼ ମଦ ଦୋକାନୀ

ରାୟଗଡ଼(ଗଜପତି)୪ା୭(ଡି.ଏନ୍‌.ଏ.):  ରାୟଗଡ଼ ବ୍ଲକ ସଦର ମହକୁମାଠାରେ ଥିବା ବିଦେଶୀ ମଦ ଦୋକାନରେ କେତେବେଳେ ଚଢାଦରରେ ବିକ୍ରି ହେଉଛି ତ ଆଉ କେତେବେଳେ ଆନ୍ଧ୍ରକୁ ବେଆଇନ ମଦ ଚୋରାଚାଲାଣ କରୁଥିବା ଅଭିଯୋଗ ହେଉଛି। ହେଲେ ଏବେ ମଦ ବ୍ୟବସାୟୀ ଆଉ ଏକ ବିବାଦୀୟ ବିଷୟରେ ଛନ୍ଦି ହୋଇଥିବା ଦେଖିବାକୁ ମିଳୁଛି। ବ୍ୟବସାୟୀ ଜଣକ ସରକାରଙ୍କ ନିୟମକୁ ଫୁ କରି ମଧ୍ୟରାତ୍ର ପର୍ଯ୍ୟନ୍ତ ଦୋକାନ ଖୋଲାରଖି ବିକ୍ରି କରୁଥିବାରୁ ଗତ ଗୁରୁବାର ରାତିରେ ଥାନାଧିକାରୀ ଗୋବିନ୍ଦ ଗୌଡ଼ଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ନିରଞ୍ଜନ ପାଣିଗ୍ରାହୀ ଉକ୍ତ ଦୋକାନରେ ପହଞ୍ଚି ଦୋକାନ ବନ୍ଦ କରାଇବା ସହ ଚେତାବନୀ ଦେଇଥିବା ବିଷୟଟି ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଗ୍ରାମାଞ୍ଚଳରେ ସକାଳ ୧୦.୩୦ରୁ ରାତ୍ରି ୧୦.୩୦ମିନିଟ୍‌ ଯାଏ ମଦ ଦୋକାନ ଖୋଲିବା ସରକାରୀ ନିୟମ ଥିବା ବେଳେ ବ୍ୟବସାୟୀ ଜଣକ ସକାଳ ୮ଟାରୁ ମଧ୍ୟରାତ୍ରି ପର୍ଯ୍ୟନ୍ତ ଦୋକାନ ଖୋଲା ରଖିଥିବା ଅଭିଯୋଗ ହୋଇଛି। ଖୁଲମ୍‌ଖୁଲ୍ଲା ଭାବେ ସରକାରୀ ନିୟମକୁ ଉଲ୍ଲଂଘନ କରି ଲଗାମଛଡା ହୋଇଛି ରାୟଗଡ଼ ବିଦେଶୀ ମଦ ଦୋକାନ। ସରକାରୀ ନିୟମକୁ ଫୁ କରି ରାତି ୧୨.୩୦ ମିନିଟ୍‌ ଯାଏ ଦୋକାନ ଖୋଲା ରଖି ମଦ ବିକ୍ରି କରିବା ସହ ମଦ ଚୋରାଚାଲାଣ କରୁଥିବା ଅଭିଯୋଗ ହୋଇଛି। ଯଦ୍ଦ୍ବାରା ଅସାମାଜିକ କାର୍ଯ୍ୟ ଅଞ୍ଚଳରେ ବଢିବା ଆଶଙ୍କା କରାଯାଉଛି। ବିଗତ ଦିନରେ ବିଭିନ୍ନ ପ୍ରକାରର ଚୋରି ହୋଇଥିବା ଖବର ନଜିର ଥିବା ବେଳେ ବର୍ତ୍ତମାନ ରଥଯାତ୍ରା ସମୟରେ ଏପରି ହେଉଥିବାରୁ ବିଭିନ୍ନ ମହଲରୁ ଏହାକୁ ନିନ୍ଦା କରାଯାଉଛି। ଏଥିପ୍ରତି ଅବକାରୀ ବିଭାଗ ନୀରବଦ୍ରଷ୍ଟା ସାଜିଥିବାରୁ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ ଅବକାରୀ ଅଧୀକ୍ଷକ ପ୍ରଭାତ କୁମାର ସେଠୀଙ୍କ ସହିତ ଯୋଗାଯୋଗ କରାଯିବା ସତ୍ତ୍ୱେ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri