ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳପୁରରୁ ସହିଦ ପୀଠ ମଧ୍ୟଭାଗରେ ଥିବା ସହିଦ ମଣ୍ଡପ, ସହିଦ ମେଡିକାଲ ଓ ସହିଦ ମହାବିଦ୍ୟାଳୟ ନିକଟସ୍ଥ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଏହି ଦୋକାନ ଚାଲୁଥିବାରୁ ଏହାକୁ ସହିଦମାନଙ୍କ ସ୍ମୃତି ପ୍ରତି ଅପମାନ ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି।

ସୂଚନା ଅନୁସାରେ, ଅସୁରାଳି ପଞ୍ଚାୟତ ପାଇଁ ସରକାରଙ୍କ ଦ୍ଵାରା ଅନୁମୋଦିତ ଏହି ମଦ ଦୋକାନଟି ବର୍ତ୍ତମାନ ବେଆଇନ ଭାବେ ଖପରପଦା ପଞ୍ଚାୟତ ଅଞ୍ଚଳରେ ଚାଲୁଛି। ଏହା ଏକ ‘ଠିପି ବନ୍ଦ’ ମଦ ଦୋକାନ ହୋଇଥିଲେ ମଧ୍ୟ ନିୟମ ଉଲ୍ଲଂଘନ କରି ସେଠାରେ ଟେଣ୍ଟ ପକାଯାଇ ଖୋଲାଖୋଲି ମଦ୍ୟପାନ ଓ ଚାଖଣା ବିକ୍ରିର ବ୍ୟବସ୍ଥା କରାଯାଇଛି। ଫଳରେ ସନ୍ଧ୍ୟା ହେଲେ ଏହି ବ୍ୟସ୍ତବହୁଳ ରାସ୍ତାରେ ମଦ୍ୟପଙ୍କ ଭିଡ଼ ଜମୁଛି, ଯାହା ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ମହିଳା ଓ ସାଧାରଣ ପଥିକମାନଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଛି।

ଏହି ପ୍ରସଙ୍ଗରେ ଉଭୟ ଅସୁରାଳି ଓ ଖପରପଦା ପଞ୍ଚାୟତର ସରପଞ୍ଚ କୌଣସି ପ୍ରକାର ଅନୁମତି ବା ଏନଓସି ଦେଇ ନ ଥିବା ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ, ଅବକାରୀ ବିଭାଗର ଏସ୍‌ପି ନରୋତ୍ତମ ମିଶ୍ର କହିଛନ୍ତି ଯେ ଘଟଣାର ତଦନ୍ତ କରାଯିବ ଏବଂ ନିୟମ ଉଲ୍ଲଂଘନ ପ୍ରମାଣିତ ହେଲେ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅଞ୍ଚଳର ସାମାଜିକ ଶୃଙ୍ଖଳା ରକ୍ଷା ପାଇଁ ଏହି ମଦ ଦୋକାନକୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ବୁଦ୍ଧିଜୀବୀ ଓ ମହିଳା ସଂଗଠନ ପକ୍ଷରୁ ପ୍ରଶାସନ ନିକଟରେ ଦୃଢ଼ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri