ଛତିଶଗଡ଼ ନିର୍ବାଚନ ପାଇଁ ବରଗଡ଼ରେ ବନ୍ଦ ହେବ ମଦ ଦୋକାନ

ବରଗଡ଼,୮ା୧୧(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ ତାରିଖ ଛତିଶଗଡ଼ ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ଅନୁଯାୟୀ, ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଆସନ୍ତା ୧୫ ତାରିଖ ସନ୍ଧ୍ୟା ୫ଟାରୁ ୧୭ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼ ସୀମାନ୍ତ ଅର୍ଥାତ୍‌ ନିକଟବର୍ତ୍ତୀ ବରଗଡ଼ ଜିଲାର ସୋହେଲା, ଭଟଲି, ଅମ୍ବାଭୋନା ପାଇକମାଳ ଏବଂ ପଦ୍ମପୁର ଅଞ୍ଚଳର ୨୦ଟି ଦେଶୀ, ବିଦେଶୀ ମଦ ଦୋକାନ ବନ୍ଦ ରହିବ। ସେହିପରି ଆସନ୍ତା ଡିସେମ୍ବର ୩ରେ ହେବାକୁ ଥିବା ଭୋଟ୍‌ ଗଣତି ଦିନ ମଧ୍ୟ ସମ୍ପୃକ୍ତ ୨୦ ମଦ ଦୋକାନ ବନ୍ଦ ରହିବ। ଜିଲା ଅବକାରୀ କାର୍ଯ୍ୟାଳୟର ପତ୍ରସଂଖ୍ୟା-୨୫୫୯ ତା-୮।୧୧।୨୩ରିଖରେ ଏହି ସୂଚନା ଦିଆଯାଇଛି।

ବିଜ୍ଞପ୍ତିରେ ଉଲ୍ଲେଖ ରହିଥିବା ସୂଚନାନୁଯାୟୀ, ସେହି ସମୟସୀମା ମଧ୍ୟରେ ସୋହେଲା ଅବକାରୀ ଷ୍ଟେଶନ ଅଧୀନ ସୋହେଲା, ସରକଣ୍ଡା, ସୋହେଲା ଉପରପଡ଼ା, ଇଚ୍ଛାପାଲିରେ ରହିଥିବା ଦେଶୀ ମଦ ଦୋକାନ, ସୋହେଲାସ୍ଥିତ ବିଦେଶୀ ମଦ ଦୋକାନ ବନ୍ଦ ରହିବ। ସେହିପରି ଭଟଲି ଅବକାରୀ ଷ୍ଟେଶନ ଅଧୀନ ପ୍ରକାଶପୁର, ବଡ଼ଧରା, ମେଣ୍ଢାପାଲିସ୍ଥିତ ଦେଶୀମଦ ଦୋକାନ, ପ୍ରକାଶପୁର ବିଦେଶୀ ମଦ ଦୋକାନ, ପାଇକମାଳ ଅବକାରୀ ଷ୍ଟେଶନ ଅଧୀନ ଡଭା, ବଡ଼ ଅନକି, ଡୁଙ୍ଗୁରିପାଲି, ଭଇଁଷାଦର୍ହା, ଜଗଦଲପୁର, ବୁକ୍ରାମୁଣ୍ଡା ଦେଶୀମଦ ଦୋକାନ, ପଦ୍ମପୁର ଅବକାରୀ ଷ୍ଟେଶନ ଅଧୀନ ଲଖମରା, ଗୁଞ୍ଚାଡିହି ଦେଶୀମଦ ଦୋକାନ ନିର୍ଦ୍ଧାରିତ ସମୟରେ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?