ଚୋରା ମଦ ଚାଲାଣକାରୀ ଗିରଫ

ଦେବଗଡ଼,୮ା୧୦(ଶଶାଙ୍କ ଶେଖର ଝାଙ୍କର): ଦେଶୀ ରନ୍ଧା ମଦ ଚୋରା ଚାଲାଣ ହେଉଥିବା ବେଳେ ଦେବଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ମତ ସହ ଏକ ବାଇକ୍‌କୁ ମଧ୍ୟ ଜବତ କରାଯାଇଛି। ଏଥିସହ ଚୋରା ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ବ୍ୟକ୍ତି ଜଣକ ଦେବଗଡ଼ ପୌରାଞ୍ଚଳ ଗୁରୁଢିପା ସାହିର ପଞ୍ଚାନନ ପାତ୍ର(୩୭) ବୋଲି ଜଣାପଡ଼ିଛି। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ପଞ୍ଚାନନ ୧୦ଟି ବୋତଲରେ ୨୦ ଲିଟର ଦେଶୀ ରନ୍ଧାମଦ ଭର୍ତ୍ତି କରି ବାଇକ୍‌ ଯୋଗେ ଚୋରାଚାଲାଣ କରୁଥିଲେ।

ସୂଚନା ପାଇ ଦେବଗଡ଼ ଅବକାରୀ ଇନ୍ସପେକ୍ଟର ମଧୁସୂଦନ ସାହୁଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀମାନେ ଥାନା ଅନ୍ତର୍ଗତ କମଳାବଗିଚା- କଂଗ୍ରେସପୁର ରାସ୍ତାରେ ପଞ୍ଚାନନଙ୍କୁ ଅଟକାଇଥିଲେ। ଯାଞ୍ଚ ସମୟରେ ତାଙ୍କ ନିକଟରୁ ଦେଶୀ ରନ୍ଧାମଦ ମିଳିଥିଲା। ପରେ ପଞ୍ଚାନନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri