୮୦ ନୂଆ ଅଧ୍ୟକ୍ଷଙ୍କ ତାଲିକା ପ୍ରକାଶ: ଗଞ୍ଜାମରୁ ୧୧, ଜାଣନ୍ତୁ କେଉଁ କଲେଜରେ କିଏ…

ଭଞ୍ଜନଗର,୧୮ା୭(ବାବୁଲା ପ୍ରଧାନ): ରାଜ୍ୟ ସରକାର ରାଜ୍ୟରେ ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ଖାଲିଥିବା ଅଧ୍ୟକ୍ଷ ପଦବୀ ପୂରଣ ପାଇଁ ଶନିବାର ୮୦ ଜଣ ନୂତନ ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ତାଲିକା ପ୍ରକାଶିତ କରିଛନ୍ତି। ନୂତନ ଅଧ୍ୟକ୍ଷମାନେ ୨୦ ତାରିଖ ସୁଦ୍ଧା ଦାୟିତ୍ୱ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେଥିମଧ୍ୟରେ ଗଞ୍ଜାମ ଜିଲାରେ ୧୧ ଜଣ ପ୍ରାଧ୍ୟାପକ ନୂତନ ଅଧ୍ୟକ୍ଷ ଦାୟିତ୍ୱ ନେବେ। ଏହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପ୍ରାଣୀ ବିଜ୍ଞାନ ପ୍ରାଧ୍ୟାପକ ହର ପ୍ରସାଦ ଶତପଥୀ ଆସିକା ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଯାଇଛନ୍ତି। ଏଥିସହ ବାଲିପଦର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ପ୍ରାଧ୍ୟାପକ ଡ. ଦିଲ୍ଲୀପ କୁମାର ପ୍ରଧାନ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଆସିଛନ୍ତି। କଳାହାଣ୍ଡି ଜିଲା ରୁପ୍ରା ମିଲିତା ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ପ୍ରାଧ୍ୟାପକ କାଳୀଚରଣ ମହାପାତ୍ର ବିଡିପୁର ତେନ୍ତୁଳିଆ ଶାସନ ଦେବସ୍ଥାନ ମହାବିଦ୍ୟାଳୟକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଛନ୍ତ। ଚିକିଟି ଡିଗ୍ରୀ ମହାବିଦ୍ୟାଳୟକୁ ଖଣ୍ଡଦେଉଳି ଶହୀଦ ଭଗତ୍‌ ସିଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ପ୍ରାଧ୍ୟାପକ ଅଭିମନ୍ୟୁ ସାହୁ, ଗଞ୍ଜାମ ଡିଗ୍ରୀ କଲେଜରୁ ପ୍ରାଧ୍ୟାପକ ଡ. ସନ୍ତୋଷ କୁମାର ପାତ୍ର ଆର୍‌ସିଏମ୍‌ ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଛନ୍ତି। କବିସୂର୍ଯ୍ୟନଗର କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରୁ ପ୍ରାଧ୍ୟାପକ ଡ ସୁବ୍ରତ କୁମାର ପଣ୍ଡାଙ୍କୁ ବ୍ରହ୍ମପୁର ସିଟି ଡିଗ୍ରୀ କଲେଜକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଛି। ଖୋର୍ଦ୍ଧା ଜିଲା ନଖରା କଲେଜରୁ ପ୍ରାଧ୍ୟାପକ ଡ. ଆଶୀର୍ବାଦ ମହାପାତ୍ର ପାଟପୁର ବିଶ୍ୱାସରାୟ ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟକୁ ଅଧ୍ୟକ୍ଷ ଭାବେ ବଦଳୀ ହୋଇଛନ୍ତି। ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ପ୍ରାଧ୍ୟାପକ ଅରବିନ୍ଦ ଦାସ ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଯାଇଛନ୍ତି। ଖଲ୍ଲିକୋଟ ଆର୍‌ସିଏମ୍‌ କଲେଜର ପ୍ରାଧ୍ୟାପକ ଡ. ଭଗବାନ ତ୍ରିପାଠୀ ପୋଲସରା କଲେଜକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଯାଇଛନ୍ତି। ଖୋର୍ଦ୍ଧା ଜିଲା ଯୋଗିସରଦା ହରିହର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ପ୍ରାଧ୍ୟାପକ ଭଗବାନ ଶତପଥୀ ବୁଗୁଡ଼ା ପିପୁଲ୍ସ କଲେଜକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଆସିଛନ୍ତି। ବ୍ରହ୍ମପୁର ସିଟି କଲେଜର ପ୍ରାଧ୍ୟାପିକା ଅଞ୍ଜଳି ପାତ୍ର କବିସୂର୍ଯ୍ୟନଗର ବଳଦେବ ବିଜ୍ଞାନ ମହାବିଦ୍ୟାଳୟକୁ ଅଧ୍ୟକ୍ଷ ଭାବେ ବଦଳି ହୋଇଯାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଶହଶହ କଲେଜରେ ଅଧ୍ୟକ୍ଷ ପଦବୀ ଖାଲିପଡ଼ିଛି। ତେଣୁ ସରକାର ପ୍ରାଧ୍ୟାପକମାନଙ୍କୁ ବରିଷ୍ଠତା ଭିତ୍ତିରେ ଅଧ୍ୟକ୍ଷ ପଦବୀରେ ଥଇଥାନ ବ୍ୟବସ୍ଥା କରୁଛନ୍ତି। ନୂତନ ଅଧ୍ୟକ୍ଷମାନକୁ ଡିଡିଓ ପାଓ୍ବାର ମଧ୍ୟ ପ୍ରଦାନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri